www.samajalive.in
Saturday, December 13, 2025
18.1 C
Bhubaneswar

ଓଡ଼ିଶାର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ତଥ୍ୟ-ମୁଖ୍ୟ ଶାସନସଚିବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଉନ୍ନୟନ କମିଶନର ଏବଂ ଅର୍ଥ ସଚିବଙ୍କ ସହ ଅନ୍ୟ ବିଭାଗର ସଚିବ ଉପସ୍ଥିତ ଥିଲେ। ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସୂଚନା ଦେଇ କହିଛନ୍ତି ଯେ ଓଡ଼ିଶାର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କୁ ତଥ୍ୟ ଦିଆଗଲା। ଜନସଂଖ୍ୟା ଓ ଭୌଗଳିକ ସ୍ଥିତି ସହ କ’ଣ କାମ କରାଯାଉଛି ତାହା ବୁଝିଲେ।

ଓଡ଼ିଶାର ଅର୍ଥନୀତି ଓ ଅନ୍ୟାନ୍ୟ କ୍ଷେତ୍ରରେ କ’ଣ ସବୁ ବଡ଼ ବିକାଶ ହେବାକୁ ବାକି ରହିଛି ଏବଂ ସରକାରଙ୍କ ପାଇଁ ଆଗକୁ କ’ଣ ଆହ୍ବାନ ରହିଛି, ସେ ସଂକାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିସ୍ତୃତ ଆଲୋଚନା କରିଥିଲେ।  ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ  ସମେତ ଉନ୍ନୟନ କମିଶନର ଅନୁ ଗର୍ଗ, ଅର୍ଥ ସଚିବ ବିଶାଳ ଦେବ, କୃଷୀ ସଚିବ ଅରବନ୍ଦି ପାଢ଼ୀ, ମତ୍ସ୍ୟ ଓ ପଶୁପାଳନ ବିଭାଗ ସଚିବ ସୁରେଶ କୁମାର ବଶିଷ୍ଟ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories