‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ଵର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି।  ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ତଥା ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି। ଆଜିର ଦିନରେ ଆସନ୍ତୁ ଏକ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ କରିବାର ସଂକଳ୍ପକୁ ଆହୁରି ଦୃଢ଼ କରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି।

Comments are closed.