www.samajalive.in
Saturday, December 6, 2025
26.1 C
Bhubaneswar

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ: ଆଜି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କୁ ଭେଟିବା କାର୍ଯ୍ୟକ୍ରମ

ଭୁବନେଶ୍ୱର : ରାଜ୍ୟରେ ଶାସନଭାର ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା ବୁଧବାର ସନ୍ଧ୍ୟାରେ ୩ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ସେମାନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ସାକ୍ଷାତ ଆଲୋଚନା ସମୟରେ ବିକଶିତ ଓଡ଼ିଶା ରୋଡ ମ୍ୟାପକୁ ନେଇ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ଏଥିସହିତ ସେମାନେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ, ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରି, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଅନ୍ୟ ବିଭାଗର ମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ରାଜ୍ୟର ବିକାଶ ପାଇଁ ସହଯୋଗ କାମନା କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories