www.samajalive.in
Monday, December 8, 2025
24.1 C
Bhubaneswar

ଲୋକସେବା ଭବନରେ ପୂର୍ବତନ ପ୍ରଧାନମନ୍ତ୍ରୀ  ମନମୋହନ ସିଂହଙ୍କୁ ମୁଖ୍ୟମନ୍ତ୍ରୀମୋହନ ଚରଣ ମାଝୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର:  ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମକୁ ବିବୃତ୍ତି ଦେଇ କହିଥିଲେ ଯେ, ଦେଶର ମହାନ୍ ବରପୁତ୍ର ଡଃ ମନମୋହନ ସିଂହଙ୍କ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ । ଅର୍ଥନୀତି କ୍ଷେତ୍ରରେ ତାଙ୍କ ଜ୍ଞାନ ଓ ଦକ୍ଷତା ପାଇଁ ସାରା ବିଶ୍ୱରେ ସେ ପ୍ରସିଦ୍ଧି ଅର୍ଜନ କରିଥିଲେ ।  ତାଙ୍କ ଉଦାର ଅର୍ଥନୈତିକ ନୀତି ଭାରତକୁ ବିଶ୍ୱର ଅର୍ଥନୀତି କ୍ଷେତ୍ରରେ ଏକ ପ୍ରମୁଖ ସ୍ଥାନରେ ପହଞ୍ଚାଇଥିଲା । ପ୍ରଧାନମନ୍ତ୍ରୀ ଭାବେ ଦେଶର ବିକାଶକୁ ସେ ତ୍ୱରାନ୍ୱିତ କରିଥିଲେ । ତାଙ୍କର ଜ୍ଞାନ, ଭଦ୍ରତା, ସାଧୁତା ଓ ଅମାୟିକ ସ୍ୱଭାବ ଯୋଗୁଁ ରାଜନୀତି କ୍ଷେତ୍ରରେ ତାଙ୍କର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି ହୋଇଥିଲା ।
ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ତଥା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ପୂର୍ବତନ ବିଧାୟକ ଶ୍ରୀ ନାଉରୀ ନାୟକ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ମଧ୍ୟ ସ୍ୱର୍ଗତ ସିଂହଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories