www.samajalive.in
Sunday, December 7, 2025
23.1 C
Bhubaneswar

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ଶୁଣାଣି ଶିବିର: ଶହ ଶହ ଲୋକଙ୍କ ଭିଡ

ଭୁବନେଶ୍ବର : ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ।  ଅଭିଯୋଗ ଶୁଣାଣି ପୂର୍ବରୁ ପଞ୍ଜୀକରଣ ପାଇଁ ପ୍ରବଳ ଲୋକଙ୍କ ଭିଡ ଜମିଥିବା ଦେଖିବାକୁ ମିଳିଛି।  ଗୁହାରି ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରୁ ଶତାଧିକ ଲୋକ ଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଗୁହାରି ଜଣାଇବାକୁ ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଭିଡ ଜମାଇଛନ୍ତି ଶହ ଶହ ଲୋକେ। ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଲୋକ ଆସି ରୁଣ୍ଡ ହୋଇଛନ୍ତି। କିଏ ପେନସନ୍ ସମସ୍ୟା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କରିବାକୁ ଆସିଛି ତ ପୁଣି କିଏ ବାସହରା ଦୁଃଖ ନେଇ ସହାୟତା ମାଗିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟକୁ ଆସିଛନ୍ତିି। ନିଜ ସମସ୍ୟା ନେଇ ଅନେକ ବୃଦ୍ଧ ବ୍ୟକ୍ତି ମଧ୍ୟ ଗୁହାରି କରିବାକୁ ଆସିଛନ୍ତି। ଏଥିପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ସକାଳ ୯ଟାରୁ ପଞ୍ଜୀକରଣ ଆରମ୍ଭ ହୋଇଛି, ଯାହା ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିବ।  ଆଜିଠାରୁ ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀ ଏଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଶୁଣାଣି ବେଳେ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories