www.samajalive.in
Monday, December 8, 2025
20.1 C
Bhubaneswar

କୋଟପାଡର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: କୋଟପାଡର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ସ୍ୱର୍ଗତ ନାୟକ ଜଣେ ଦକ୍ଷ ସଂଗଠକ, ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ କୋରାପୁଟ ଜିଲ୍ଲାରେ ଲୋକପ୍ରିୟତା ଅର୍ଜନ କରିଥିଲେ। ୧୯୯୦ ରୁ ୯୫ ପର୍ଯ୍ୟନ୍ତ କୋଟପାଡର ବିଧାୟକ ଭାବେ ନିର୍ବାଚିତ ହୋଇ ନିର୍ବାଚନ ମଣ୍ଡଳୀର ଶିକ୍ଷା, ସ୍ୱାସ୍ଥ୍ୟସେବା ଓ ଗମନାଗମନ କ୍ଷେତ୍ରରେ ଅନେକ ପରିବର୍ତ୍ତନ ଆଣିଥିଲେ । ଅଞ୍ଚଳର ବିକାଶ ପାଇଁ ତାଙ୍କ ଯୋଗଦାନ ତାଙ୍କୁ ସବୁଦିନ ପାଇଁ ସ୍ମରଣୀୟ କରି ରଖିବ । ତାଙ୍କ ବିୟୋଗରେ କୋରାପୁଟ ଜିଲା ରାଜନୀତି କ୍ଷେତ୍ରରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେଲା ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ମହାପ୍ରଭୁଙ୍କ ନିକଟରେ ଦିବଂଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories