www.samajalive.in
Friday, December 5, 2025
20.1 C
Bhubaneswar

ନାଟ୍ୟକାର ବିଜୟ ମିଶ୍ରଙ୍କ ବିୟୋଗ : ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଏବଂ ବୈଜୟନ୍ତ ପଣ୍ଡାଙ୍କ ଶୋକ

ଭୁବନେଶ୍ବର : ବିଶିଷ୍ଟ ନାଟ୍ୟକାର ବିଜୟ ମିଶ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଓଡିଆ ସାହିତ୍ୟ ଏବଂ ଓଡିଆ ଚଳଚ୍ଚିତ୍ର ଶିଳ୍ପରେ ତାଙ୍କର ଅବଦାନ ଅତୁଳନୀୟ। ଶୋକସନ୍ତପ୍ତ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି।

ସେହିପରି ବରିଷ୍ଠ ନେତା ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀ ବୈଜୟନ୍ତ ପଣ୍ଡା ବିଶିଷ୍ଟ ନାଟ୍ୟକାର ତଥା ସଂଳାପ ଲେଖକ ବିଜୟ ମିଶ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ବିୟୋଗରେ ଓଡ଼ିଆ ସାହିତ୍ୟ ଓ ଚଳଚ୍ଚିତ୍ର ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଶ୍ରୀ ପଣ୍ଡା ନିଜ ଶୋକ ବାର୍ତ୍ତାରେ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ସମୟରେ ଶ୍ରୀ ପଣ୍ଡା ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

- Advertisement -

ଓଡ଼ିଶାର ମହାନ ନାଟ୍ୟକାର, ଗୀତିକାର ତଥା ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ରୀ ବିଜୟ ମିଶ୍ରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ସଡଙ୍ଗୀ ଦୁଃଖ ଶୋକ କରିଛନ୍ତି ଯେ, ସେ ମୋର ନିର୍ବାଚନମଣ୍ଡଳୀର ବାସିନ୍ଦା ଥିଲେ। ତାଙ୍କ ପାଇଁ ଆମେ ସମସ୍ତ ଗର୍ବିତ। ତାଙ୍କର ମୋ ପ୍ରତି ଗଭୀର ସ୍ନେହଭାବ ରହିଥିଲା ଏବଂ କିଛି ମାସ ପୂର୍ବରୁ ତାଙ୍କର ଗୋଟିଏ ଡ୍ରାମାର ଉଦ୍‌ଘାଟନ କରିବାକୁ  ସୌଭାଗ୍ୟ ପାଇଥିଲେ।

ସେ ଆହୁରି କହିଛନ୍ତି ଯେ, ମୁଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ବିଦାୟ ପ୍ରାପ୍ତ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ସହନଶୀଳତା ଦିଅନ୍ତୁ।

ସୂଚନାଯୋଗ୍ୟ, ଲୋକପ୍ରିୟ ନାଟ୍ୟକାର ବିଜୟ ମିଶ୍ରଙ୍କର ଆଜି ୮୩ ବର୍ଷ ବୟସରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ନର୍ସିଙ୍ଗ ହୋମରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories