www.samajalive.in
Monday, December 15, 2025
17.1 C
Bhubaneswar

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବରେ ବର୍ଣ୍ଣନା କରିଛନ୍ତି। ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ। ବାଚସ୍ପତି ଭାବରେ ସେ ଓଡିଶାରେ ସଂସଦୀୟ ପରମ୍ପରାର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖି ବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ତାଙ୍କର ଅମାୟିକ ସ୍ଵଭାବ ପାଇଁ ସେ ଦଳ, ମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଭାବେ ସେ ଦଳକୁ ନୂଆ ଦିଗ ଦେଇଥିଲେ। ବିଶେଷକରି ଗଞ୍ଜାମ ଜିଲ୍ଲାରେ ଦଳକୁ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହଛନ୍ତି। ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ସେ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories