www.samajalive.in
Monday, December 15, 2025
14.1 C
Bhubaneswar

ମା’ମାନେ ମହାପ୍ରଭୁଙ୍କ ଆଶୀର୍ବାଦ ପାଇଲେ ସାରା ଓଡ଼ିଶାକୁ ଆଶୀର୍ବାଦ ମିଳିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍ଫରେଶିଂ ଜରିଆରେ ପୁରୀରେ ହବିଶ୍ୟାଳି ମାନଙ୍କ ପାଇଁ କାର୍ତ୍ତିକ ବ୍ରତର ଶୁଭାରମ୍ଭ କରିଛନ୍ତି।

ସାରା ରାଜ୍ୟରୁ ଏହି ଅବସରରେ କାର୍ତ୍ତିକ ବ୍ରତ କରିବା ପାଇଁ ହବିଶ୍ୟାଳି ମାନେ ଏକତ୍ରିତ ହୋଇଛନ୍ତି। ବ୍ରତ ପାଇଁ ହବିଶ୍ୟାଳି ମାନଙ୍କୁ ଶୁଭେଛା ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ଭଲରେ ବ୍ରତ କରନ୍ତୁ, ଶାନ୍ତିରେ ବ୍ରତ କରନ୍ତୁ। ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରନ୍ତୁ। ଆପଣମାନେ ଆଶୀର୍ବାଦ ପାଇଲେ, ସାରା ଓଡିଶାକୁ ଆଶୀର୍ବାଦ ମିଳିବ ବୋଲି ସେ କହିଥିଲେ। କାର୍ତ୍ତିକ ମାସ ଧର୍ମ ମାସ, ବହୁତ ପବିତ୍ର ବୋଲି ମତ ଦେଇ ସେ କହିଲେ ଯେ ଏ ମାସରେ ମା ମାନେ ଆନନ୍ଦରେ ବ୍ରତ ପାଳନ କରିବେ ବୋଲି ତାଙ୍କର ପୁରା ବିଶ୍ୱାସ।

- Advertisement -

ମା’ ମାନଙ୍କ ସୁବିଧା ପାଇଁ ସବୁ ବ୍ୟବସ୍ଥା କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୩୦୦୦ରୁ ଅଧିକ ମା’ ଙ୍କ ପାଇଁ ବ୍ୟବସ୍ଥା କରାଯାଇଛି । ରହିବା ଠାରୁ ଆରମ୍ଭ କରି ମହାପ୍ରଭୁଙ୍କ ଦର୍ଶନ, ମହାପ୍ରସାଦ ସେବନ – ସବୁ ବ୍ୟବସ୍ଥା ହୋଇଛି । ଆପଣମାନଙ୍କ ସେବା ପାଇଁ ଜିଲ୍ଲାପ୍ରଶାସନ ପୁରା ପ୍ରସ୍ତୁତ ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂର ଦୃଷ୍ଟିରୁ ଆଜି ମା ମାନଙ୍କ ପାଇଁ ସବୁ ସୁବିଧା ହୋଇ ପାରିଛି। ଜିଲ୍ଲା ପ୍ରଶାସନ, ମନ୍ଦିର ପ୍ରଶାସନ, ସେବାୟତ, ସ୍ବେଛାସେବୀ ସମସ୍ତେ ସହଯୋଗ ଯୋଗାଇ ଦେଉଛନ୍ତି।
କ୍ରୀଡା ମନ୍ତ୍ରୀ ତୁଷାର କାନ୍ତି ବେହେରା କହିଲେ ଯେ ମହିଳା କଲ୍ୟାଣକାରୀ ଯୋଜନାରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ପାଇଁ ଆଦର୍ଶ। ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ବ ଯୋଗୁ ଓଡ଼ିଶା ଆଜି ନାରୀ ଶକ୍ତିର ବିକାଶରେ ଅଗ୍ରଣୀ।

ଏହି କାର୍ଯ୍ୟକ୍ରମରେ କଟକର ଅହଲ୍ୟା ଆଚାର୍ଯ୍ୟ, ନବରଙ୍ଗପୁରର ପାର୍ବତୀ ହରିଜନ ଓ ଗଞ୍ଜାମର ରାଧା ଦେବୀ ପଣ୍ଡା ପ୍ରମୁଖ ହବିଶ୍ୟାଳି ମାନେ ନିଜର ଅଭିଜ୍ଞତା ବର୍ଣ୍ଣନା କରି କହିଲେ ଯେ ପୂର୍ବରୁ କାର୍ତ୍ତିକ ବ୍ରତ ପାଇଁ ସେମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଆଜି ମୁଖ୍ୟମନ୍ତ୍ରୀ ସେମାନଙ୍କ ପାଇଁ ସବୁ ସୁବିଧା କରିଛନ୍ତି। ରହିବା, ଖାଇବା, ଯିବା ଆସିବା, ଭଜନ କୀର୍ତ୍ତନ ସବୁ ସୁବିଧା କରିଛନ୍ତି । ମହାପ୍ରଭୁ ମୁଖ୍ୟମନ୍ତ୍ରୀଙ୍କୁ ଦୀର୍ଘାୟୁ କରନ୍ତୁ ବୋଲି ସେମାନେ କାମନା କରିଥିଲେ।
୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସୂଚନା ଯୋଗ୍ୟ ଯେ ପୁରୀରେ କାର୍ତ୍ତିକ ମାସରେ ସାରା ରାଜ୍ୟରୁ ଏହି ଅବସରରେ କାର୍ତ୍ତିକ ବ୍ରତ କରିବା ପାଇଁ ହବିଶ୍ୟାଳି ମାନେ ଆସିଥାନ୍ତି। ସେମାନଙ୍କ ଅସୁବିଧାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀ ୨୦୧୬ରୁ ହବିଶ୍ୟାଳି ଯୋଜନା ଆରମ୍ଭ କରିଛନ୍ତି। ଗତ ବର୍ଷ ଠାରୁ ସେମାନଙ୍କ ରହିବାର ସୁବିଧା ପାଇଁ ସାତ ମହଲା ବିଶିଷ୍ଟ ଏକ ଭବନ ନିର୍ମାଣ କରାଯାଇଛି। ଏହା ବୃନ୍ଦାବତୀ ନିବାସ ନାମରେ ନାମିତ। ଏଠାରେ ରହି ମା ମାନେ ରାଇ ଦାମୋଦର ବ୍ରତ କରିଥାନ୍ତି। ପୁରୀରେ ହବିଶ୍ୟାଳି ମାନଙ୍କ ରହିବା ପାଇଁ ଏହା ସହିତ ବଗଲା ଧର୍ମଶାଳା, ବାଗିଡିଆ ଧର୍ମଶାଳା, ମୋଚି ସାହି କଲ୍ୟାଣ ମଣ୍ଡପ ଓ ଅକ୍ଷୟ ପାତ୍ର ଫାଉଣ୍ଡେସନ ରେ ମଧ୍ୟ ବ୍ୟବସ୍ଥା କରାଯାଇଛି।

ଏହି କାର୍ଯ୍ୟକ୍ରମରେ ଜିଲାପାଳ ସ୍ଵାଗତ ଭାଷଣ ଦେଇଥିଲେ ଓ ଅତିରିକ୍ତ ଜିଲାପାଳ ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ସ୍ୱପ୍ନାରାଣୀ ସ୍ୱାଇଁ, କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଡଃ ସୁରେଶ ଚନ୍ଦ୍ର ଦଳାଇ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଗଣ ଯୋଗ ଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories