www.samajalive.in
Monday, December 8, 2025
13.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୩୪୯ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପିତ, ୧୪୮.୪୫ କୋଟି ଟଙ୍କା ବିନିଯୋଗ

ଭୁବନେଶ୍ବର: ତ୍ବରିତ ସ୍ୱାସ୍ଥ୍ୟ ସେବା ଦିଗରେ ଅନ୍ୟ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୪୯ଟି ନୂଆ ଆମ୍ବୁଲାନ୍ସ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରିଛନ୍ତି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଏହି ଲୋକାର୍ପଣ ଉତ୍ସବରେ ପ୍ରଥମ ଥର ପାଇଁ ଏତେ ସଂଖ୍ୟକ ଆମ୍ବୁଲାନ୍ସ ରାଜ୍ୟର ମେଡିକାଲ ଆମ୍ବୁଲାନ୍ସ ସେବାରେ ଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ଆହୁରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇବାରେ ସହାୟକ ହେବ। ‘ପ୍ରତି ଜୀବନ ମୂଲ୍ୟବାନ’ ନୀତି ଅନୁଯାୟୀ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଆଜି ଲୋକାର୍ପିତ ଆମ୍ବୁଲାନ୍ସ ଗୁଡିକ ମଧ୍ୟରୁ ୨୭୯ଟିକୁ ୧୦୮-ଆମ୍ବୁଲାନ୍ସ ସେବାରେ ସାମିଲ କରାଯାଇଛି। ବାକି ୭୦ଟିକୁ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟମାନଙ୍କୁ ଯୋଗାଇ ଦିଆଯାଇଛି । ଏହି ୭୦ଟି ମଧ୍ୟରୁ ୪୦ଟି ହେଉଛି ଜୀବନ ରକ୍ଷାକାରୀ ମୌଳିକ ଆମ୍ବୁଲାନ୍ସ ଏବଂ ୩୦ଟି ଜୀବନ ରକ୍ଷାକାରୀ ଅତ୍ୟାଧୁନିକ ଆମ୍ବୁଲାନ୍ସ।

- Advertisement -

ସମୁଦାୟ ୩୪୯ଟି ଆମ୍ବୁଲାନ୍ସ ବାବଦରେ ୧୪୮.୪୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ୧୦୮-ଆମ୍ବୁଲାନ୍ସ ସେବାରେ ଏହି ନୂଆ ଆମ୍ବୁଲାନ୍ସ ଗୁଡିକ ସାମିଲ ହେବା ପରେ ମୋଟ ଆମ୍ବୁଲାନ୍ସ ସଂଖ୍ୟା ୧୩୬୬ କୁ ବୃଦ୍ଧି ପାଇଛି । ବର୍ତ୍ତମାନ ପ୍ରତିଦିନ ହାରାହାରି ୪୦୦୦ରୁ ଅଧିକ ସଂଖ୍ୟକ ରୋଗୀ ଏହି ୧୦୮-ଆମ୍ବୁଲାନ୍ସ ସେବା ଦ୍ଵାରା ଡାକ୍ତରଖାନାକୁ ସ୍ଥାନାନ୍ତରିତ ହେଉଛନ୍ତି । ନୂଆ ଆମ୍ବୁଲାନ୍ସ ଗୁଡିକ ସାମିଲ ହେବା ପରେ ୧୦୮-ଆମ୍ବୁଲାନ୍ସ ସେବା ଆହୁରି ତ୍ଵରିତ ଏବଂ ସୁବିଧାଜନକ ହେବ।
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗୁଡିକୁ ଯୋଗଉଥିବା ୭୦ଟି ଆମ୍ବୁଲାନ୍ସ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଭୁକ୍ତ ରୋଗୀମାନଙ୍କୁ ଆବଶ୍ୟକ ସ୍ଥଳେ ସରକାରୀ ଡାକ୍ତରଖାନାରୁ ଘରୋଇ ହସ୍ପିଟାଲକୁ ଜରୁରୀକାଳିନ ସ୍ଥାନାନ୍ତରରେ ବ୍ୟବହାର ହେବା ସହ ଜିଲ୍ଲା ସ୍ତରରେ ଅନ୍ୟ ରୋଗୀମାନଙ୍କ ଜରୁରୀ ଆବଶ୍ୟକତା ପୁରଣରେ ସହାୟକ ହେବ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଭାଗୀୟ ସଚିବ ଶାଲିନି ପଣ୍ଡିତ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories