www.samajalive.in
Monday, December 15, 2025
14.1 C
Bhubaneswar

ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

  • ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି
  • ୫ଟି ସଚିବଙ୍କ ଜିଲା ଗସ୍ତ ପରବର୍ତ୍ତୀ ଉଚ୍ଚସ୍ତରୀୟ ସମୀକ୍ଷା ଆରମ୍ଭ, ଡିସେମ୍ବରରୁ ପଟ୍ଟା ବଣ୍ଟନ
  • ଭୁବନେଶ୍ୱର ପତିତ ଜମିର ସତ୍ତ୍ୱ ରାଜସ୍ୱ ବିଭାଗ ଟାସ୍କ ଫୋର୍ସର ଏସଓପି ଭିତ୍ତିରେ ନିର୍ଦ୍ଧାରିତ ହେବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲାଗସ୍ତ ସମୟରେ ଜମିଜମା ସମ୍ପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ଜଟଣୀ ତହସିଲରେ ଖାସମାହଲ ସମସ୍ୟା, ଦୀର୍ଘ ବର୍ଷର ସମସ୍ୟା। ଏ ସମସ୍ୟା ସଂପର୍କରେ ଜନସାଧାରଣ ୫ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଖୋର୍ଦ୍ଧା ଜିଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ତିନି ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା ଦ୍ୱାରା ୫୩୭ ପରିବାର ଉପକାର ପାଇବେ।

ସେହିପରି ଭୁବନେଶ୍ୱର ତହସିଲରେ ପତିତ ଜମିର ସତ୍ତ୍ୱ ନେଇ ଦୀର୍ଘ ୬୦ ବର୍ଷ ଧରି ସମସ୍ୟା ଲାଗି ରହିଛି। ଏ ସମ୍ପର୍କରେ ବିଭିନ୍ନ ରାଜସ୍ୱ ଅଦାଲତରେ ୧୦୫୪୩ଟି ମାମଲା ଚାଲିଛି। ଏହି ପତିତ ଜମି ସମ୍ପର୍କରେ ଗଠିତ ରାଜସ୍ୱ ବିଭାଗର ଟାସ୍କ ଫୋର୍ସ ଦ୍ୱାରା ନିର୍ଦ୍ଧାରିତ ଏସଓପି ଭିତ୍ତିରେ ଏ ସମସ୍ୟାର ସମାଧାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।
ସୂଚନାଯୋଗ୍ୟ ଯେ ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବୃଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି। ଚଳିତ ସେପ୍ଟେମ୍ବର ମଧ୍ୟ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories