www.samajalive.in
Thursday, December 11, 2025
18.1 C
Bhubaneswar

କଳାହାଣ୍ଡି ହୋଇଛି ଦେଶରେ ବିକାଶର ମଡେଲ୍‌ : ଭୋକର ଭୂଗୋଳ ଆଜି ଭାତହାଣ୍ଡି, ନୂଆ ଓଡ଼ିଆ ପାଇଁ ଦେଖାଇଛି ବାଟ

ଭୁବନେଶ୍ଵର: କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ଆଜି ବିକାଶର ମଡେଲ ହୋଇପାରିଛି।  କିଛି ଲୋକ କଳାହାଣ୍ଡିକୁ ଗରିବୀର ଲାବରେଟୋରୀ କରିବାକୁ ଚାହୁଁଥିଲେ। ସରକାରଙ୍କ ଉଦ୍ୟମରେ କଳହାଣ୍ଡିର ଛବି ଆଜି ଉଜ୍ଜ୍ଵଳ ହୋଇଛି। କଳାହାଣ୍ଡି ଆଜି କୃଷି କ୍ଷେତ୍ରରେ ଆଗୁଆ ରହିଛି। ଭୋକର ଭୁଗୋଳ କଳାହାଣ୍ଡି ଆଜି ପାଲଟିଛି ଭାତହାଣ୍ଡି। କଳାହାଣ୍ଡି ଆଜି ଦେଶରେ ବିକାଶର ମଡେଲ୍‌ ହୋଇଛି ଏବଂ ନୂଆ ଓଡ଼ିଶାକୁ ବାଟ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଇନ୍ଦ୍ରାବତୀ ପ୍ରକଳ୍ପ ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଇନ୍ଦ୍ରାବତୀ ହେଉଛି କଳାହାଣ୍ଡିର ଜୀବନ ରେଖା, ଇନ୍ଦ୍ରାବତୀର ଟୋପାଏ ଜଳ ନଷ୍ଟ ହେବାକୁ ଦିଅନ୍ତୁ ନାହିଁ। ଏହାକୁ କଳାହାଣ୍ଡିରେ ବିକାଶରେ ବିନିଯୋଗ କରନ୍ତୁ। ଇନ୍ଦ୍ରାବତୀକୁ ସମ୍ମାନ ଜଣାଇ ଏଠାରେ ମ୍ୟୁଜିୟମ୍‌ ଓ ପାର୍କ ନିର୍ମାଣ କରାଯିବ। ମ୍ୟୁଜିୟମ୍‌ରେ ମା’ ମାଣିକେଶ୍ଵରୀଙ୍କ ମନ୍ଦିର ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।


ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିତା ବିଜୁ ପଟ୍ଟନାୟକଙ୍କର କଳାହାଣ୍ଡି ସହିତ ସଂପର୍କର ସ୍ମୃତିଚାରଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜୁ ବାବୁ ୯୦ ଦଶକରେ ମୁଖ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ଭବାନୀପାଟଣା ଗସ୍ତ ସମୟରେ କିଛି ପିଲା ତାଙ୍କ ଉପରକୁ ପଥର ମାଡ କରିଥିଲେ। ବିଜୁ ବାବୁ ତାଙ୍କ ବିଶାଳ ହୃଦୟରେ ସେହି ପିଲାମାନଙ୍କୁ କ୍ଷମା କରିଥିଲେ। ପରେ ତାଙ୍କ ପୁଅ ଭାବରେ ମୁଁ ଯେତେବେଳେ ଏ ବିଷୟରେ ତାଙ୍କୁ ପଚାରିଥିଲି, ବିଜୁ ବାବୁ କହିଥିଲେ Nothing to be worried. କଳାହାଣ୍ଡିବାସୀ ମୋତେ ବହୁତ ଭଲ ପାଆନ୍ତି । ମୁଁ ମଧ୍ୟ କଳାହାଣ୍ଡିକୁ ବହୁତ ଭଲ ପାଏ। କଳାହାଣ୍ଡି ମାଟିରେ ମୋର ଯେତିରି ବିନ୍ଦୁ ରକ୍ତ ପଡିଛି, କଳାହାଣ୍ଡିର ବିକାଶ ପାଇଁ ମୁଁ ତାର ୧୦ ଗୁଣ ଅଧିକ ପରିଶ୍ରମ କରିବି।
ଜୟପାଟଣା ବ୍ଲକ୍‌ର ମଙ୍ଗଳପୁର ଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ କହିଥିଲେ ଯେ ୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ବ ଗ୍ରହଣ କରିବା ପରେ ଓଡିଶା ମା’ର ସେବା ପାଇଁ ମୁଁ ଯେତେବେଳେ ସୁଯୋଗ ପାଇଲି, ସେତେବେଳେ ବିଜୁ ବାବୁଙ୍କର ଏହି କଥା ମୋ ମନକୁ ବାରମ୍ବାର ଆସୁଥିଲା ଏବଂ କଳାହାଣ୍ଡିର ବିକାଶ ପାଇଁ ମୋତେ ମାର୍ଗ ଦେଖାଉଥିଲା। ଏ ଭିତରେ କଳାହାଣ୍ଡିର ଛବି ଉଜ୍ଜଳ ହୋଇଛି। ନୂଆ ଓଡିଶା ପାଇଁ ବାଟ ଦେଖାଇଛି।

- Advertisement -


କୃଷି କ୍ଷେତ୍ରରେ କଳାହାଣ୍ଡିର ବିକାଶର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଭୋକର ଭୂଗୋଳ କୁହାଯାଉଥିବା କଳାହାଣ୍ଡି ଏବେ ଭାତହାଣ୍ଡି ହୋଇଛି । କଳାହାଣ୍ଡି ଧାନ ଉତ୍ପାଦନରେ ରାଜ୍ୟରେ ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ବେଳେ, ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ମଧ୍ୟ ଚାଉଳ ଯୋଗାଉଛି। ୧୦ଟି ରାଜ୍ୟ କେନ୍ଦ୍ରୀୟ ଭଣ୍ଡାରକୁ ଯେତିକି ଚାଉଳ ଯୋଗାଉଛନ୍ତି, କଳାହାଣ୍ଡି ଏକାକି ସେତିକି ଚାଉଳ ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏ ସବୁ ସମ୍ଭବ ହୋଇପାରିଛି କଳାହାଣ୍ଡିର ଚାଷୀ ତଥା ସମସ୍ତ ଜନସାଧାରଣଙ୍କ ଦୃଢ ଇଚ୍ଛା ଶକ୍ତି ଗଭୀର ଆତ୍ମ ବିଶ୍ୱାସ ଓ କଠିନ ପରିଶ୍ରମ ଯୋଗୁଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସଂଗ୍ରହ ଋତୁରେ କଳାହାଣ୍ଡିର ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୧୨୦୦ କୋଟି ଟଙ୍କା ଦିଆଯାଇଛି ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ। ଜଳସେଚନ ସୁବିଧା ୩ ଗୁଣ ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ଓ ପୁଷ୍ଟି କ୍ଷେତ୍ରରେ ଭଲ କାମ ପାଇଁ କଳାହାଣ୍ଡି ସାରା ଦେଶରେ Best Performing District ହୋଇପାରିଛି । ମାଛ ଚାଷ କ୍ଷେତ୍ରରେ ମଧ୍ୟ ଦେଶରେ ଶ୍ରେଷ୍ଠ ଜିଲ୍ଲାର ମର୍ଯ୍ୟାଦା ଲାଭ କରିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୦ ମସିହାରେ କଳାହାଣ୍ଡିରେ ଶିଶୁ ମୃତ୍ୟୁ ହାର ପ୍ରତି ହଜାରରେ ୭୬ ଥିବାବେଳେ, ମାତୃ ମୃତ୍ୟୁ ହାର ୪୩୨ ଥିଲା। ରାଜ୍ୟ ସରକାରଙ୍କର ସ୍ବତନ୍ତ୍ର କାର୍ୟ୍ୟକ୍ରମ ଯୋଗୁ ଆଜି ଏହି ହାର କମିଛି ଏବଂ ଆମେ ବହୁ ସଂଖ୍ୟାରେ ଶିଶୁ ଓ ମା ମାନଙ୍କର ଜୀବନ ରକ୍ଷା କରିପାରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କଳାହାଣ୍ଡିର ଏହି ରୂପାନ୍ତରର ସବୁ ଶ୍ରେୟ ଇନ୍ଦ୍ରବତୀ ନଦୀକୁ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇନ୍ଦ୍ରବାତୀ ଆମର ମା ଏବଂ କଳାହାଣ୍ଡିର ଜୀବନରେଖା । ସେ ତାର ପ୍ରତିଟି ଜଳବିନ୍ଦୁ ଦେଇ କଳାହାଣ୍ଡିକୁ ସମୃଦ୍ଧ କରିଛି। କଳାହାଣ୍ଡିବାସୀଙ୍କ ଦେହରେ ତାର ପାଣି ରକ୍ତ ହୋଇ ବୋହୁଛି । ମା ଇନ୍ଦ୍ରାବତୀର ଏହି ଅବଦାନକୁ ସମ୍ମାନ ଜଣାଇ ଏଠାରେ ଏକ ସଂଗ୍ରହାଳୟ ଓ ଉଦ୍ୟାନ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ମ୍ୟୁଜିୟମ୍‌ ସାରା ବିଶ୍ବକୁ କଳାହାଣ୍ଡିର ରୂପାନ୍ତରର କାହାଣୀ କହିବ। ଏହି ଉଦ୍ୟାନ ଭିତରେ ମା ଇନ୍ଦ୍ରାବତୀଙ୍କ ଏକ ଭବ୍ୟ ମନ୍ଦିର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ଏବଂ ଇନ୍ଦ୍ରାବତୀର ଟୋପାଏ ବି ଜଳବିନ୍ଦୁକୁ ନଷ୍ଟ ହେବାକୁ ନ ଦେଇ, କଳାହାଣ୍ଡିର ବିକାଶରେ ପୁରା ବିନିଯୋଗ କରିବା ସହିତ ଭବିଷ୍ୟତ ପୀଢି ପାଇଁ ଇନ୍ଦ୍ରବତୀର ପାଣିକୁ ସୁରକ୍ଷିତ ରଖିବାକୁ ସଂକଳ୍ପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ।


ଆଜି ଉଦ୍‌ଘାଟିତ ଓ ଶିଳାନ୍ୟାସ କରାଯାଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ମେଗା ଉଠା ଜଳସେଚନ ବ୍ୟବସ୍ଥା, ଫୁଡ ପାର୍କ, ନୂଆ ବିଦ୍ୟୁତ ଫିଡର ଲାଇନ, ଭବାନୀପାଟଣାରେ ନୂଆ ବସ୍‌ଷ୍ଟାଣ୍ଡ, ରାସ୍ତାଘାଟ, ସେତୁ ଆଦି ବିଭିନ୍ନ ପ୍ରକଳ୍ପ ରହିଛି। ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ମନ୍ତ୍ରୀ ରଘୁନଦନ ଦାଶ ଓ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଉଦ୍‌ବୋଧନ ଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ, ଜଳସମ୍ପଦଦ ସଚିବ, କଳହାଣ୍ଡିର ସାଂସଦ, ବିଧାୟକ, ଜିଲାପାଳ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଥିଲେ।

ଲୋକପ୍ରିୟ ପ୍ରିନ୍ସ ଡ୍ୟାନ୍ସଗ୍ରୁପ୍‌ ପକ୍ଷରୁ ଆକର୍ଷଣୀୟ ନୃତ୍ୟ ଜରିଆରେ କଳାହାଣ୍ଡିର ବିକାଶର ଧାରା ଉପସ୍ଥାପନା କରାଯାଇଥିଲା। ଜୟମା’ ମାଣିକେଶ୍ଵରୀ କହି ସମ୍ବୋଧନ ଆରମ୍ଭ କରିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହିଦ୍ ରେଣ୍ଡୋ ମାଝିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ।
ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କଳାହାଣ୍ଡିରେ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଥିଲେ। ଆଜି ୫୪ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ବେଳେ, ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories