www.samajalive.in
Saturday, December 13, 2025
23.1 C
Bhubaneswar

ଓଡିଶା ଆଜି ଦେଶର ବିକାଶ ମାନଚିତ୍ରରେ ନିଜର ସ୍ଥିତି ମଜବୁତ କରିପାରିଛି:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭାରତ ବହୁ ଭାଷା, ବହୁ ଧର୍ମ ଓ ବହୁ ଜାତିକୁ ବହୁ ମତ, ବହୁ ବର୍ଣ୍ଣ, ବହୁ ବିଶ୍ବାସକୁ ନେଇ ଗଠିତ ହୋଇଛି। ବିଭିନ୍ନ ଅଞ୍ଚଳର ଭୂଗୋଳ ମଧ୍ୟ ଭିନ୍ନ ଭିନ୍ନ। ଏହି ବିବିଧତା ହିଁ ଆମର ସବୁଠାରୁ ବଡ ଶକ୍ତି। ଏହା ହିଁ ଆମ ସଂସ୍କୃତିକୁ, ଆମ ସମାଜକୁ, ସମୃଦ୍ଧ କରିଛି। ଆମ ସମ୍ବିଧାନରେ ଏହା ସୁନ୍ଦର ଭାବରେ ପ୍ରତିଫଳିତ ହୋଇଛି ଏବଂ ସମସ୍ତଙ୍କ ପାଇଁ ବିକାଶର ସମାନ ସୁଯୋଗ ସୃଷ୍ଟି କରିଛି। ଆମ ବିବିଧତାର ସୁରକ୍ଷା ସହ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଜାତୀୟ ପ୍ରସଙ୍ଗରେ ସହମତି ପାଇଁ ସମସ୍ତେ କାମ କରିବା ଦରକାର। ଏହା ଆମର ଗଣତନ୍ତ୍ରକୁ ଅଧିକ vibrant କରିବା ସହ ଦେଶକୁ ଆହୁରି ଶକ୍ତିଶାଳୀ କରିବ। ଓଡିଶା ଆଜି ଦେଶର ବିକାଶ ମାନଚିତ୍ରରେ ନିଜର ସ୍ଥିତି ମଜବୁତ କରିପାରିଛି। କୃଷି, ଶିଳ୍ପ ଓ ଭିତ୍ତିଭୂମି ପରି ଅର୍ଥନୀତିର ଗୁରୁତ୍ବପୂର୍ଣ୍ଣ କ୍ଷେତ୍ରରେ ଓଡିଶା ଆଜି visible (ଦୃଶ୍ୟମାନ) ଉନ୍ନତି କରିପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୨ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଜଳସେଚନ କ୍ଷମତା ବଢିଛି। କୃଷି ଉତ୍ପାଦନ ବଢିଛି। ଚାଷୀର ରୋଜଗାର ବଢିଛି। ରାଜ୍ୟକୁ ନୂଆ ନୂଆ ପୁଞ୍ଜି ଆସିଛି। ଭିତ୍ତିଭୂମିର ବିକାଶ ଅର୍ଥନୀତିକୁ ଚଳଚଞ୍ଚଳ କରିବାକୁ ସୁଯୋଗ ସୃଷ୍ଟି କରିଛି। ବିଭିନ୍ନ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିବାରେ ଓଡିଶାର ସ୍ଥାନ ସାରା ଦେଶରେ ସ୍ବତନ୍ତ୍ର। ଖାଦ୍ୟ ସୁରକ୍ଷା ଠାରୁ ଆରମ୍ଭ କରି ସାମାଜିକ ସୁରକ୍ଷା ପର୍ଯ୍ୟନ୍ତ ଆମର ସବୁ କଲ୍ୟାଣ କାର୍ଯ୍ୟକ୍ରମ ଲୋକଙ୍କ ମୁହଁରେ ହସ ଆଣିଛି। ଜନଜାତି ବର୍ଗର ବିକାଶ ଓ କଲ୍ୟାଣ ପାଇଁ ଆମର କାର୍ଯ୍ୟକ୍ରମ ସେମାନଙ୍କୁ ସଫଳ ଭାବରେ ବିକାଶର ମୁଖ୍ୟଧାରାରେ ଯୋଡି ପାରିଛି। ମାଲକାନଗିରିର ବିଚ୍ଛିନ୍ନାଞ୍ଚଳରେ ବିକାଶର ସୂର୍ଯ୍ୟ ଲୋକଙ୍କ ମନରେ ନୂଆ ଆଶା ସଂଚାର କରିଛି। ଆପଣ ଜାଣନ୍ତି, ଗତ ୧୦ ମାସ ହେଲା ସାରା ବିଶ୍ବ କରୋନା ସହ ଲଢୁଛି । ଓଡିଶା କରୋନା ମହାମାରୀ କୁ ସଫଳତାର ସହ ନିୟନ୍ତ୍ରଣ କରିପାରିଛି ଏହି ଅବସରରେ ଆମର କୋଭିଡ ଯୋଦ୍ଧା ମାନଙ୍କର ତ୍ୟାଗ ଓ ସେବାକୁ ମୁଁ ଶ୍ରଦ୍ଧାର ସହ ସ୍ମରଣ କରୁଛି । ଟୀକା ଆସିଥିଲେ ମଧ୍ୟ କୋଭିଡ ଗାଇଡଲାଇନ୍‌କୁ କଡାକଡି ଭାବରେ ପାଳନ କରିବାକୁ ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି।  ଏକ ସମୃଦ୍ଧ, ସଶକ୍ତ ଓ ସ୍ବଭିମାନୀ ଓଡିଶା ନିର୍ମାଣ ପାଇଁ ଆମେ ଦୃଢ ପ୍ରତିବଦ୍ଧତାର ସହ ଆଗକୁ ବଢୁଛୁ। କଠିନ ପରିଶ୍ରମ, ଗଭୀର ନିଷ୍ଠା ଓ ସମସ୍ତଙ୍କ ସହଯୋଗ ହିଁ ଆମକୁ ଲକ୍ଷ୍ୟ ସ୍ଥଳରେ ପହଞ୍ଚାଇ ପାରିବ। ଏକ ନୂଆ ଓଡିଶା ଗଠନ ଦିଗରେ ଆମର ଉଦ୍ୟମରେ ମୁଁ ସମସ୍ତଙ୍କର ଆଶୀର୍ବାଦ କାମନା କରୁଛି।

- Advertisement -

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆଜି ସାରା ଦେଶ ୭୨ତମ ଗଣତନ୍ତ୍ର ଦିବସ ପାଳନ କରୁଛି। ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ରମାଦେବୀ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ୍‌ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ସେହିପରି ସହିଦ୍ ହୋଇଥିବା ଆମର କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories