www.samajalive.in
Monday, December 8, 2025
14.1 C
Bhubaneswar

ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା – ଏହିପରି ଅନେକ ସମସ୍ୟା ସଂପର୍କରେ ୫-ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ ୫ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଗଞ୍ଜାମ ଓ ଝାରସୁଗୁଡା ଜିଲାର ଜିଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି।

ଝାରସୁଗୁଡା ଜିଲାରେ ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ସମସ୍ୟା ୫୦ ବର୍ଷରୁ ଅଧିକ ସମୟର। ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡା ତହସିଲର ଗୋଟିଏ ଗାଁ, ଏହିପରି ୧୯ଟି ଗାଁର ଜମି ସମସ୍ୟାର ସମାଧାନ ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି । ୧୭୪୯ଟି ପରିବାରକୁ ପ୍ରାୟ ୩୨୩୧ ଏକର ଜମି ଉପରେ ଅଧିକାର ଦିଆଯିବ। ଡିସେମ୍ବର ମାସରୁ ଲିମେଇତିକ୍ରା, ସାହାସବାଗ, ଲାଛିପଲ୍ଲୀ, ପାତ୍ରପଲ୍ଲୀ ଓ ଡୁଆଁମୁଣ୍ଡା – ଏହି ୫ଟି ଗାଁରେ ପଟ୍ଟା ବଣ୍ଟନ ଆରମ୍ଭ ହେବ ।

- Advertisement -

ଗଞ୍ଜାମ ଜିଲାକୁ ଗତ ଅଗଷ୍ଟ ୨୬ ତାରିଖରେ ୫-ଟି ସଚିବ ଗସ୍ତ କରିଥିଲେ। ସେଠାରେ ଲୋକଙ୍କ ସମସ୍ୟା ଶୁଣିବା ପରେ ମାତ୍ର ୫ ଦିନରେ ଜମି ସମସ୍ୟା ର ସମସ୍ୟା ସମାଧାନ ହୋଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ ଗଞ୍ଜାମ ଜିଲ୍ଲାର ସୋରଡା ବ୍ଲକ୍‌ର ୧୭ଟି ଗ୍ରାମର ୮୮୩ ଜଣ ଲୋକଙ୍କୁ ଘରଡିହ ପଟ୍ଟା ଦିଆଯିବ ଏବଂ ୨୦୨୩ ସେପ୍ଟେମ୍ବର ୨୨ ସୁଦ୍ଧା ସମସ୍ତ ପଟ୍ଟାବଣ୍ଟନ ପ୍ରକ୍ରିୟା ଶେଷ ହେବ । ସେହିପରି ୧୬୮ ଜଣ ଲୋକଙ୍କୁ ଚାଷଜମି ପାଇଁ ପଟ୍ଟା ଦିଆଯିବ ଏବଂ ଏହି ପ୍ରକ୍ରିୟା ଅକ୍ଟୋବର ପହିଲାରୁ ଆରମ୍ଭ ହେବ।

୫ଟି ସଚିବ ଭିକେ ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ସେପ୍ଟେମ୍ବର ମଧ୍ୟ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories