www.samajalive.in
Saturday, December 13, 2025
23.1 C
Bhubaneswar

ସାରା ବିଶ୍ବ ଟେଲିଭିଜନ ଓ ସୋସିଆଲ ମିଡିଆ ମାଧ୍ୟମରେ ହିଁ କାଳିଆ ଠାକୁରଙ୍କୁ ଦର୍ଶନ କରିବେ: ମୁଖ୍ୟମନ୍ତ୍ରୀ

  • ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
  • ମହାପ୍ରଭୁଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଚଳିତ ବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରୁ ଏହା ଜଣା ଯାଇଛି। ଗତବର୍ଷ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଅନୁଷ୍ଠିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇ ଏବର୍ଷ ମଧ୍ୟ ଯେପରି ରଥଯାତ୍ରା ସୁଚାରୁ ରୂପେ ପାଳିତ ହେବ ଏବଂ ଭକ୍ତ ମାନେ ଘରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁରୀ ସହରବାସୀ, ସେବାୟତ ମାନଙ୍କର ସହଯୋଗ କାମନା କରିଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଏକ ଅସାଧାରଣ ପରିସ୍ଥିତିରେ ହେବାକୁ ଯାଉଛି। ସାରା ବିଶ୍ବ ଟେଲିଭିଜନ ଓ ସୋସିଆଲ ମିଡିଆ ମାଧ୍ୟମରେ ହିଁ କାଳିଆ ଠାକୁରଙ୍କୁ ଦର୍ଶନ କରିବେ। ତେଣୁ ମହାପ୍ରଭୁଙ୍କ ନୀତି ଠିକ ସମୟରେ ଶେଷ ହେବା ଦରକାର। ତା ସହିତ କୋଭିଡ ନିୟମକୁ ମଧ୍ୟ ଯାତ୍ରା ସମୟରେ ଠିକ ଭାବରେ ପାଳନ କରାଯିବା ଜରୁରୀ। କୋଭିଡ଼ ମହାମାରୀ ସମ୍ପର୍କରେ ସଚେତନ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡର ଦ୍ଵିତୀୟ ଲହର କମି ଆସୁଥିଲେ ମଧ୍ୟ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ। ଚଳିତ ବର୍ଷ ରଥଯାତ୍ରା ଯେପରି ସୁରୁଖୁରୁ ରେ ଶେଷ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ।

- Advertisement -

ବୈଠକରେ ଯୋଗ ଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟ ସେବା ଉପରେ ଗୁରୁତ୍ବ ଦିଆଯାଇ ସ୍ବତନ୍ତ୍ର ବ୍ୟବସ୍ତା କରାଯାଇଛି ବୋଲି କହିଥିଲେ। ସେବାୟତ ଓ ସମସ୍ତ ସମ୍ପୃକ୍ତ ଅଧିକାରୀ ମାନଙ୍କ ପାଇଁ କୋଭିଡ଼ ଟେଷ୍ଟ, ଟୀକାକରଣ ବ୍ୟବସ୍ତା ସହିତ ଫାଷ୍ଟ ଏଡ କେନ୍ଦ୍ର, ଆମ୍ବୁଲାନ୍ସ, ମେଡ଼ିକାଲ ଏଡସ ପୋଷ୍ଟ ଏବଂ ପୁରୀ ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ଜରୁରୀକାଳୀନ ଆବଶ୍ୟକତା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ମନ୍ତ୍ରୀ ଦାସ କହିଥିଲେ। ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ ବୋଲି ଆଶା ପ୍ରକାଶ କରିଥିଲେ। ଏ ବର୍ଷ ମଧ୍ୟ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ପାଳିତ ହେବ ବୋଲି ଆଶା ପ୍ରକାଶ କରିଥିଲେ। ବୈଠକରେ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ବୋଲି ପୋଲିସ ମହାନିର୍ଦେଶକ ଅଭୟ ଜଣାଇ ଥିଲେ। କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଥଯାତ୍ରା ପାଇଁ କରାଯାଇଥିବା ସମସ୍ତ ବ୍ୟବସ୍ତା ସମ୍ପର୍କରେ ସୂଚନା ଦେଇଥିଲେ । ପୁରୀ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ଆଲୋଚନା ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ।

Hot this week

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

Related Articles

Popular Categories