www.samajalive.in
Sunday, December 14, 2025
16.1 C
Bhubaneswar

ଖଣି ଗୁଡିକର ସୁପରିଚାଳନା କରି ଉତ୍ପାଦନ ବୃଦ୍ଧି କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇସ୍ପାତ ଓ ଖଣି ବିଭାଗର କାର୍ଯ୍ୟାବଳୀ ନେଇ ସମୀକ୍ଷା କରିଛନ୍ତି। ସମୀକ୍ଷାରେ ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ବିଭାଗର କାର୍ଯ୍ୟ ବିଷୟରେ ଅବଗତ କରାଇବା ସହିତ ଆଗାମୀ ଲକ୍ଷ୍ୟ ବାବଦରେ ସୂଚନା ଦେଇଥିଲେ।

ବୈଠକରେ ଖଣିଭିତ୍ତିକ ଶିଳ୍ପାନୁଷ୍ଠାନ ପାଇଁ ଖଣି ଗୁଡିକର ସୁପରିଚାଳନା କରି ଉତ୍ପାଦନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ବ ଆରୋପ କରିଥିଲେ। ଏଥିସହିତ ରାଜ୍ୟରେ ଖଣି ରାଜସ୍ବର ଅଭିବୃଦ୍ଧି ପାଇଁ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବେନିୟମ ଖଣି ଖନନ ଓ ଖଣିଜ ପଦାର୍ଥର ଚୋରିକୁ ରୋକିବା ପାଇଁ ଅଧିକ ମାନବ ସମ୍ବଳ ସହିତ ପ୍ରବର୍ତ୍ତନ ବ୍ୟବସ୍ଥାର ସୁଦୃଢୀକରଣ ପାଇଁ ସେ ପରାମର୍ଶ ଦେଇଥିଲେ । ଲଘୁ ଖଣିଜ ପଦାର୍ଥ କ୍ଷେତ୍ରରେ ଅଧିକ ଲିଜ୍‌ ଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

- Advertisement -

ସୂଚନାଯୋଗ୍ୟ ଯେ ରାଜ୍ୟରେ ପରିଲକ୍ଷିତ ଭୂତାତ୍ତ୍ବିକ ସମ୍ଭାବନା ଅଞ୍ଚଳ ୫୫,୦୦୩ ବର୍ଗ କିଲୋମିଟର। କ୍ରୋମାଇଟ୍, ବକ୍‌ସାଇଟ୍, ଲୌହ ପଥର ଭଳି ଖଣିଜ ପଦାର୍ଥ ଉତ୍ପାଦନ କ୍ଷେତ୍ରରେ ଓଡିଶା ଦେଶରେ ଏକ ନମ୍ବର ସ୍ଥାନରେ ଅଛି। ସେହିଭଳି କୋଇଲା ଉତ୍ପାଦନ କ୍ଷେତ୍ରରେ ଦ୍ବିତୀୟ ଓ ମାଙ୍ଗାନିଜ ଉତ୍ପାଦନରେ ତୃତୀୟ ସ୍ଥାନରେ ଅଛି ।

ବୈଠକରେ ଇସ୍ପାତ ଓ ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଏବଂ ଖଣି ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories