www.samajalive.in
Wednesday, December 10, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗରେ ୧୧,୦୦୬ଟି ନର୍ସିଂ ଅଫିସର ପଦବୀ ସୃଷ୍ଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାପାଇଁ ୧୧,୦୦୬ଟି ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ। ଏହିସବୁ ପଦବୀ ଗୁଡିକ ଦୁଇଟି ପର୍ଯ୍ୟାୟରେ ପୂରଣ କରାଯିବ। ଓଡିଶା ନର୍ସିଂ ସେବା ନିୟାମାବଳୀ ୨୦୧୯ ଅନୁଯାୟୀ ଏହି ପଦବୀ ଗୁଡିକ ପୂରଣ କରାଯିବ।

 

- Advertisement -

ଏହି ନୂତନ ପଦବୀ ଗୁଡିକ ମଧ୍ୟରୁ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ଗୁଡିକରେ ୮୭୪ଟି ପଦବୀ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକରେ ୫୪୦୦ଟି ଏବଂ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ଗୁଡିକରେ ୨୬୫୯ଟି ପଦବୀ ସୃଷ୍ଟି କରାଯାଇଛି । ଏହିପରି ଜିଲ୍ଲାସ୍ତରରେ ସମୁଦାୟ ୮୯୩୩ଟି ପଦବୀ ସୃଷ୍ଟି କରାଯାଇଛି । ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ହସପିଟାଲ ଗୁଡିକରେ ମଧ୍ୟ ୨୦୭୩ଟି ପଦବୀ ସୃଷ୍ଟି କରାଯାଇଛି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories