www.samajalive.in
Tuesday, December 9, 2025
17.1 C
Bhubaneswar

କୋଭିଡ ଯୋଦ୍ଧାଙ୍କ ବଳିଦାନକୁ ବ୍ୟର୍ଥ ହେବାକୁ ଦେବୁନାହିଁ : ମୁଖ୍ୟମନ୍ତ୍ରୀ

-ଆରୋଗ୍ୟଙ୍କ ସଂଖ୍ୟା ୨୫ ହଜାରରେ ପହଞ୍ଚିଲା
-ଶହୀଦ କୋଭିଡ ଯୋଦ୍ଧାଙ୍କୁ ନୀରବ ପ୍ରାର୍ଥନା ଜରିଆରେ ସାରା ରାଜ୍ୟରେ ଶ୍ରଦ୍ଧାଞ୍ଜଳି ଲଢେଇକୁ ମଜବୁତ କରିବାକୁ ଶପଥ ଗ୍ରହଣ

ଭୁବନେଶ୍ବର : ଗତ ୫ ମାସ ଧରି ଓଡିଶା କୋଭିଡ ବିରୁଦ୍ଧରେ ଲଢେଇ ଜାରି ରହିଛି। ଏହି ଲଢେଇର ଆଗଧାଡିରେ ରହିଥିବା କୋଭିଡ ଯୋଦ୍ଧା ମାନଙ୍କ ତ୍ୟାଗ ଓ ଉତ୍ସର୍ଗୀକୃତ ସେବା ଯୋଗୁଁ ଆଜି ରାଜ୍ୟର କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୨୫ ହଜାରରେ ପହଞ୍ଚିଛି। ଏହାକୁ କୋଭିଡ ଯୁଦ୍ଧର ଏକ ମହତ୍ବପୂର୍ଣ୍ଣ ଘଟଣା ବୋଲି ବର୍ଣ୍ଣନା କରି ଏହାର ସବୁ ଶ୍ରେୟ କୋଭିଡ ଯୋଦ୍ଧା ଓ ଓଡିଶାବାସୀଙ୍କର ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଜୀବନକୁ ବାଜି ଲଗାଇ ସେମାନେ ଯେପରି ସେବା କରିଚାଲିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଶଂସା ମଧ୍ୟ କରିଛନ୍ତି।
ଏହି ଲଢେଇରେ ୨୫ ଜଣ କୋଭିଡ ଯୋଦ୍ଧା ସେମାନଙ୍କ ଜୀବନ ବଳିଦାନ ଦେଇ ସେବା, ତ୍ୟାଗ ଓ ମାନବିକତାର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି । ସେହି ଯୋଦ୍ଧା ମାନଙ୍କର ଅମ୍ଲାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ସାରା ରାଜ୍ୟ ବୁଧବାର ସଂଧ୍ୟା ୬ଟାରେ ଏକ ମିନିଟ ନୀରବ ପ୍ରାର୍ଥନା କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି । ଏହି ନୀରବ ପ୍ରାର୍ଥନାରେ ସାରା ରାଜ୍ୟର ଜନସାଧାରଣ, ବିଭିନ୍ନ ଅଫିସ, ଅନୁଷ୍ଠାନର କର୍ମଚାରୀ ଭାଗ ନେଇ ଶହୀଦ କରୋନା ଯୋଦ୍ଧାଙ୍କ ପ୍ରତି ଜାତିର କୃତଜ୍ଞତା ଅର୍ପଣ କରିଛନ୍ତି ।
ନିଜ ପରିବାର ଓ ବ୍ୟକ୍ତିଗତ ସୁଖ ସୁବିଧାକୁ ପଛରେ ପକାଇ ଆମର କୋଭିଡ ଯୋଦ୍ଧା ମାନେ ଉତ୍ସର୍ଗୀକୃତ ମନୋଭାବ, ତ୍ୟାଗ ଓ ନିଷ୍ଠାର ସହ ଯେପରି ସେବା କରିଚାଲିଛନ୍ତି, ତାକୁ ଉତ୍ସାହିତ କରିବା ଏବଂ ତାଙ୍କର ଏହି ମହତ୍‌ କାର୍ଯ୍ୟକୁ ଦୃଢ ସମର୍ଥନ ଦେବା ପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସହଯୋଗ, ସଚେତନତା ଓ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବାର ଶପଥ ପାଠ କରାଇଥିଲେ। ମୁଁ ଜିତିବି, ମୋ ଓଡିଶା ଜିତିବ ଓ ମାନବ ଜାତି ବି ଜିତିବ; ଏହି ସଂକଳ୍ପ ନେଇ କରୋନା ବିରୁଦ୍ଧରେ ଲଢେଇକୁ ମଜବୁତ କରିବା ସହିତ କୋଭିଡ ନିୟମାବଳୀର ଅନୁପାଳନ ଓ କୋଭିଡ ଯୋଦ୍ଧାଙ୍କୁ ପୂର୍ଣ୍ଣ ସହଯୋଗ ଓ ସମ୍ମାନ ଜଣାଇବା ପାଇଁ ମଧ୍ୟ ସମସ୍ତେ ଶପଥ ନେଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories