www.samajalive.in
Sunday, December 14, 2025
19.1 C
Bhubaneswar

ସ୍ବାସ୍ଥ୍ୟସେବାର ସୃଷ୍ଟି ହେଲା ନୂଆ ଅଧ୍ୟାୟ, କ୍ୟାପିଟାଲ ହସ୍ପିଟାଲରେ ମଡ୍ୟୁଲାର ଓଟି ଆରମ୍ଭ

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ହସ୍ପିଟାଲ ଭାବେ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହୋଇଛି ନୂଆ ଅପରେସନର ଟେକ୍ନୋଲଜି। ଆଜି କ୍ୟାପିଟାଲ ହସପିଟାଲରେ ମଡ୍ୟୁଲାର ଓଟି ଆରମ୍ଭ ହୋଇଛି। ଏଥିରେ ଅତ୍ୟାଧୁନିକ ଚିକିତ୍ସା ସରଞ୍ଜାମ ରହିଥିବାବେଳେ ଏକ ସାଙ୍ଗରେ ୮ ଜଣଙ୍କର ଅସ୍ତ୍ରୋପଚାର ହୋଇପାରିବ। ଅତ୍ୟାଧୁନିକ ଓଟି ପାଇଁ ୧୬.୭୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି ବୋଲି କ୍ୟାପିଟାଲ ହସ୍ପିଟାଲରେ ମଡ୍ୟୁଲାର ଓଟି ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।

ଏହି ମଡ୍ୟୁଲାର ଓଟି ପାଇଁ ରାଜ୍ୟ ସରକାର ୧୫.୩୪ କୋଟି ଟଙ୍କା ଖର୍ଚ୍ଚ କରିଥିବା ବେଳେ ବିମାନବନ୍ଦର ପ୍ରାଧିକରଣ ଔଦଗୀୟ ପକ୍ଷରୁ ସାମାଜିକ କର୍ତ୍ତବ୍ୟ ପାଣ୍ଠି ରୁ ୧.୪୨ କୋଟି ଟଙ୍କା ପ୍ରଦାନ କରାଯାଇଛି। ୧ ମହଲା ବିଶିଷ୍ଟ କୋଠାରେ ୮ ଟି ପ୍ରକୋଷ୍ଠ ରହିଛି। ସେଥିମଧ୍ୟରୁ ୫ଟି ପ୍ରକୋଷ୍ଠରେ ଓଟିର ବ୍ୟବସ୍ଥା ରହିଥିବା ବେଳେ ବାକି ଦୁଇଟି ପ୍ରକୋଷ୍ଠରେ ରୋଗୀଙ୍କ ପାଇଁ ଶଯ୍ୟା ରହିଛି। ଏଭଳି ବ୍ୟବସ୍ଥା ଉପଲବ୍ଧ ହେବାରେ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ରାଜ୍ୟର ପ୍ରଥମ ହସ୍ପିଟାଲ । ଏହାଦ୍ବାରା ଅନେକ ଜଟିଳ ଅସ୍ତ୍ରୋପଚାର ପାଇଁ ଆସୁଥିବା ରୋଗୀଙ୍କୁ ଆଉ ଅନ୍ୟ ହସ୍ପିଟାଲକୁ ରେଫର କରାଯିବ ନାହିଁ । ବିଶେଷ କରି ଅସ୍ଥିଶଲ୍ୟ ଓ ହୃଦରୋଗ ବିଭାଗର ଅସ୍ତ୍ରୋପଚାର ସୁବିଧାରେ ହୋଇପାରିବା ସହ ସାଧାରଣ ରୋଗୀ ଅଧିକରୁ ଅଧିକ ଉପକୃତ ହୋଇପାରିବେ ବୋଲି ହସପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

- Advertisement -

କ୍ୟାପିଟାଲ ହସପିଟାଲରେ ଓଟିର ଉଦଘାଟନ ଉତ୍ସବରେ ୫ଟି ଅଧ୍ୟକ୍ଷ ଭି. କେ. ପାଣ୍ଡିଆନ୍, ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ, ସ୍ବାସ୍ଥ୍ୟ ସଚିବ ସାଳିନୀ ପଣ୍ଡିତ, କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ ଓ ବିଭିନ୍ନ ବିଭାଗ ବରିଷ୍ଠ ଡାକ୍ତରମାନେ ଉପସ୍ଥିତ ଥିଲେ ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories