www.samajalive.in
Monday, December 8, 2025
14.1 C
Bhubaneswar

ୟୁକ୍ରେନ୍ ଫେରନ୍ତା ଓଡିଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ, ମୁମ୍ବାଇ ବିମାନ ବନ୍ଦରରେ ଖୋଲିବ ସହାୟତା କେନ୍ଦ୍ର

ଭୁବନେଶ୍ବର: ଆପଣାମାନେ ସମସ୍ତେ ନିରାପଦରେ ଫେରିଆସିଥିବାରୁ ମୁଁ ଆଶ୍ବସ୍ତ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସହିତ ଅନଲାଇନ ଜରିଆରେ ଆଲୋଚନା କରି ଏହା କହିଛନ୍ତି । ଛାତ୍ରଛାତ୍ରୀମାନଙ୍କୁ ସ୍ବାଗତ କରି ୟୁକ୍ରେନରେ ରହିଯାଇଥିବା ଅନ୍ୟ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଆ ଛାତ୍ରଛାତ୍ରୀମାନଙ୍କ ଫେରିବା ସଂପର୍କରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ଏବଂ ସେ ଆଉଥରେ ମଧ୍ୟ ଏ ବିଷୟରେ କଥାବାର୍ତ୍ତା କରି ପଦକ୍ଷେପ ନେବେ ବୋଲି ସେ ପ୍ରକାଶ କରିଛନ୍ତି।
ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ସେମାନେ ସମସ୍ତେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀ ମାନଙ୍କ ସହିତ ବୁକାରେଷ୍ଟ ଯାଇଥିଲେ ଏବଂ ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀ ଆସିଥିଲେ। ନୂଆଦିଲ୍ଲୀରେ ଅବସ୍ଥାପିତ ରେସିଡେଣ୍ଟ କମିଶନର ସେମାନଙ୍କ ସହିତ ସବୁ ସମୟରେ ଅନ୍‌ଲାଇନ ଜରିଆରେ ଯୋଗାଯୋଗରେ ଥିଲେ ବୋଲି ସେମାନେ କହିଥିଲେ। ୟୁକ୍ରେନର ଅନ୍ୟ ସ୍ଥାନରେ ଥିବା, ବିଶେଷକରି ଖାରକିବ୍‌ରେ ବହୁ ଓଡିଆ ଛାତ୍ରଛାତ୍ରୀ ଅଛନ୍ତି ଓ ସେମାନଙ୍କୁ ଫେରାଇ ଆଣିବାପାଇଁ ପଦକ୍ଷେପ ନେବାକୁ ସେମାନେ ଅନୁରୋଧ କରିଛନ୍ତି।

 

- Advertisement -

ୟୁକ୍ରେନରୁ ଫେରୁଥିବା ପିଲାଙ୍କ ସୁବିଧା ପାଇଁ ମୁମ୍ବାଇ ବିମାନ ବନ୍ଦରରେ ସହାୟତା କେନ୍ଦ୍ର ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହା ସହିତ ଭୁବନେଶ୍ୱରରେ ପହଞ୍ଚିବା ପରେ ପିଲାମାନଙ୍କୁ ଓଟିଡିସି ବସ୍ ଯୋଗେ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ।
ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନାକୁ ସଯୋଜନା କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories