www.samajalive.in
Friday, December 5, 2025
20.1 C
Bhubaneswar

ଲୋକାର୍ପିତ ହେବ ବରମୁଣ୍ଡା ବସ ଟର୍ମିନାଲ

ଭୁବନେଶ୍ୱର: ଶୁକ୍ରବାର ଲୋକାର୍ପିତ ହେବ  ବହୁ ପ୍ରତୀକ୍ଷିତ ବରମୁଣ୍ଡା ବାବା ସାହେବ ଭୀମରାଓ ଆମ୍ବେଦକର ବସ ଟର୍ମିନାଲ। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିବେ। ପ୍ରାୟ ୨୧୧କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ବସଷ୍ଟାଣ୍ଡରେ ଏୟାରପୋର୍ଟ ଭଳି ଅତ୍ୟାଧୁନିକ ସୁବିଧା ସୁଯୋଗ ରହିଛି। ଯାତ୍ରୀଙ୍କ ରହଣୀ ପାଇଁ ବିଶ୍ରାମ ସ୍ଥାନ, ଲିଫ୍ଟ, ଏସ୍କେଲେଟର, ଟଇକେ କାଉଣ୍ଟର, ଏଟିଏମ୍‍, କୋରିୟର ସେବା, ପୁଲିସ ଆଉଟପୋଷ୍ଟ, ଫୁଡ କୋର୍ଟ, ଲଗେଜ ସ୍କାନର, କରିଡର, ଶୌଚାଳୟ ସମେ ଦିବ୍ୟାଙ୍ଗଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା କରାଯାଇଛି।
କେବଳ ସେତିକି ନୁହେଁ ବସ୍ ଚଳାଚଳ ସୁବିଧାକୁ ଆଖି ଆଗରେ ରଖି ରେଡ଼ିଓ ଫ୍ରିକ୍ୱେନ୍ସି ଆଇଡେଣ୍ଟିଫିକେସନ କାର୍ଡ଼ ବାଧ୍ୟତାମୂଳକ କରାଯାଇଛି । ଏଥିପାଇଁ ଟ୍ରାଏଲ ରନ୍ ହୋଇସାରିଛି । ଟର୍ମିନାଲ ଭିତରେ ମିଶନ ଶକ୍ତି କାଫେ, ମିଲେଟ ଶକ୍ତି କାଫେ, ଆହାର କେନ୍ଦ୍ର ହୋଇଛି । ଏଥିସହ ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ଉଦ୍ଦେଶ୍ୟରେ ଏକ ପାଠାଗାର ରହିବ ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories