ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ଜିଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି ।
ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲ୍ଲାରେ ବସ ଚଳାଚଳ ସ୍ବାଭାବିକ ହୋଇଛି ।
ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।



