www.samajalive.in
Monday, December 15, 2025
15.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଭର୍ଚୁଆଲ୍‍ ସଭା ମଙ୍ଗଳବାର; ପିପିଲି ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍‍ ଘୋଷଣା ସମ୍ଭାବନା

ପିପିଲି : ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଖାଲି ପଡିଥିବା ପିପିଲି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଯେକୌଣସି ମୁହୁର୍ତ୍ତରେ ତାରିଖ ଘୋଷଣା ହୋଇପାରେ। ଏହି ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୩ ତାରିଖ ମଙ୍ଗଳବାର ଦିନ ପିପିଲି ଓ ଡେଲାଙ୍ଗ ଠାରେ ଦୁଇଟି ଭର୍ଚୁଆଲ ସଭାରେ ଅଞ୍ଚଳବାସୀଙ୍କୁ ଉଦ୍‍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପିପିଲିର ଦାଣ୍ଡମୁକୁନ୍ଦପୁର ସ୍ଥିତ ବାଲିପଡିଆ ଓ ଡେଲାଙ୍ଗ ବ୍ଲକର ରେଞ୍ଚ ଠାରେ ଦୁଇଟି ବିଶାଳ ଜନସମାବେଶକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ। ଏ ସଂପର୍କରେ ପ୍ରଶାସନ ପକ୍ଷରୁ ଗଣମାଧ୍ୟମକୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନଥିଲେ ମଧ୍ୟ କୋଭିଡ୍‍ ଗାଇଡ୍‍ ଲାଇନ ପାଳନ ପୂର୍ବକ ପ୍ରତ୍ୟେକ ସଭାରେ ୧୦ହଜାରରୁ ଉର୍ଦ୍ଧ୍ବ ଜନସମାବେଶ ହେବ ବୋଲି ସୂଚନା ମିଳିଛି। ଏହି ଭର୍ଚୁଆଲ ସଭାରେ ପିପିଲି ନିର୍ବାଚନମଣ୍ଡଳୀ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ପ୍ୟାକେଜ୍‍ ଘୋଷଣା କରିବାର ଯଥେଷ୍ଟ ସମ୍ଭାବନା ରହିଛି। ପୁରୀ ଜିଲାପାଳ ସମର୍ଥ ବର୍ମା ଆଜି ଉକ୍ତ ଦୁଇଟି ଯାକ ସ୍ଥାନକୁ ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜିଲାପାଳଙ୍କ ସହ ଉପଜିଲାପାଳ ଭବତାରଣ ସାହୁ, ପିପିଲି ବିଡିଓ ରଶ୍ମିତା ନାଥ, ଅତିରିକ୍ତ ତହସିଲଦାର ନୀଳକଣ୍ଠ ବେହେରା, ପିପିଲି ଏନଏସି ନିର୍ବାହୀ ଅଧିକାରୀ ପୂଜା ରାଉତ, ଆଇଆଇସି ଗୌରାଙ୍ଗ ଚରଣ ପୃଷ୍ଠି, ପୂର୍ତ୍ତବିଭାଗ ଏସଡ଼ିଓ, କନିଷ୍ଠ ଯନ୍ତ୍ରୀ, ବିଏସ୍‍ଏନଏଲ୍‍ ଏସଡ଼ିଓ, ପିଏଚଡ଼ି କନିଷ୍ଠ ଯନ୍ତ୍ରୀ ଓ  ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସମେତ ପିପିଲି ବ୍ଳକ ଉପାଧ୍ୟକ୍ଷ ଯୁଧିଷ୍ଠୀର ସ୍ୱାଇଁ, ବ୍ଳକ ଆତ୍ମା କମିଟିର ଅଧ୍ୟକ୍ଷ ଧରଣୀଧର ସାହୁ, ଜିଲା ଯୁବ ବିଜେଡି ସଭାପତି ନାରାୟଣ ସ୍ୱାଇଁ, ଯୁବନେତା ଆର୍ତ୍ତବନ୍ଧୁ ସାମନ୍ତରାୟ, ଲିଙ୍କନ ପଟ୍ଟନାୟକ, ସରପଞ୍ଚ ପ୍ରକାଶ କୁମାର ଧଳ, ପିପିଲି ଏନ୍‍ଏସିର ପୂର୍ବତନ ଅଧ୍ୟକ୍ଷ ସେକ୍‍ ବାବୁ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories