www.samajalive.in
Sunday, December 14, 2025
17.1 C
Bhubaneswar

କଳାହାଣ୍ଡି ଓ ମୟୁରଭଞ୍ଜ ଜିଲାରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୮୬.୨୫ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ପ୍ରକଳ୍ପ ଦୁଇଟି ହେଉଛି-କଳାହାଣ୍ଡି ଜିଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୁରଭଞ୍ଜ ଗଙ୍ଗାହର ନଦୀ ଉପରେ ଦାମୋଦରପୁର ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସମୁଦାୟ ୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ପାଇଁ ୪୧.୨୫ କୋଟି, ମୟୁରଭଞ୍ଜ ଦାମୋଦରପୁର ପ୍ରକଳ୍ପ ପାଇଁ ୪୫ କୋଟି ମଞ୍ଜୁର ହୋଇଛି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।

- Advertisement -

ଏହାଦ୍ବାରା କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଏବଂ ମୟୁରଭଞ୍ଜ ଜିଲା ବଡସାହି ବ୍ଲକର ଜନସାଧାରଣ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories