www.samajalive.in
Friday, December 5, 2025
20.1 C
Bhubaneswar

ଦାୟିତ୍ବ ନେଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁରୀ ଯାଇ ମହାପ୍ରଭୁଙ୍କୁ କଲେ ଦର୍ଶନ

ଭୁବନେଶ୍ୱର: ରାଜ୍ୟକୁ ମିଳିଲା ନୂଆ ମୁଖ୍ୟ ଶାସନ ସଚିବ। ବିଜେପି ସରକାରରେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ମନୋଜ ଆହୁଜାଙ୍କୁ ନିଯୁକ୍ତି ମିଳିଛି। ଆଜି ଭୁବନେଶ୍ବର ପହଞ୍ଚିବା ପରେ ଶ୍ରୀ ଆହୁଜା ଅପରାହ୍ଣରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି।

ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ମନୋଜ ଆହୁଜା ଆଜି ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି । ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଆଜି ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି । ଆଜି ଅବସର ଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କ ଠାରୁ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ଦାୟିତ୍ୱ ଗ୍ରହଣ କରିଛନ୍ତି ।  ଆଜି ଲୋକସେବା ଭବନ ସ୍ଥିତ କାର୍ଯ୍ୟାଳୟରେ ଶ୍ରୀ ଜେନା ଓ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିଲେ । ପୂର୍ବତନ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କୁ ଲୋକସେବା ଭବନସ୍ଥିତ ଅଧିକାରୀ ଓ କର୍ମଚାରୀମାନେ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିଥିବା ବେଳେ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜାଙ୍କୁ ସ୍ୱାଗତ କରିଥିଲେ।

- Advertisement -

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଶ୍ରୀ ଆହୁଜା ପ୍ରଥମେ ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ଏହି ଅବସରରେ ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରିବା ସହିତ ଓଡ଼ିଶାର ସର୍ବାଙ୍ଗୀଣ ବିକାଶ ଓ ଲୋକଙ୍କ ପାଇଁ କାମ କରିବେ ବୋଲି ପ୍ରକାଶ କରିଥିଲେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories