www.samajalive.in
Saturday, December 6, 2025
14.1 C
Bhubaneswar

ଆନ୍ଧ୍ର ଓ ତେଲଙ୍ଗାନା ଫେରନ୍ତା ପ୍ରବାସୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କଡାକଡି

ଭୁବନେଶ୍ବର : ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ଫେରନ୍ତା ପ୍ରବାସୀ ସରକାରଙ୍କର ଚିନ୍ତା ବଢାଇ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ବୁଧବାର ଭର୍ଚୁଆଲ ମାଧ୍ୟମରେ ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ସୀମାନ୍ତବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି। ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରୁ ପ୍ରତ୍ୟାବର୍ତ୍ତନ କରୁଥିବା ପ୍ରବାସୀଙ୍କ ସମ୍ପର୍କରେ ଏହି ବୈଠକରେ ଆଲୋଚନା ହୋଇଥିବା ଜଣାପଡିଛି।

ସୂଚନା ଅନୁସାରେ,ଏହି ଦୁଇଟି ରାଜ୍ୟରୁ ଫେରୁଥିବା ପ୍ରବାସୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପରେ ୭ରୁ ୧୪ ଦିନ ସଂଗରୋଧରେ ରହିବା ବାଧ୍ୟତାମୂଳକ କରାଯାଇଛି। ଏଥିପାଇଁ ଜିଲ୍ଲାପାଳମାନଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର ସ୍ଥାପନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୀମାନ୍ତରେ ଯାଞ୍ଚ କଡାକଡି କରିବାକୁ କୁହାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories