www.samajalive.in
Tuesday, December 9, 2025
15.1 C
Bhubaneswar

ବାତ୍ୟା ନିରୋଧି ବନୀକରଣ ସଘନ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦେଶ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୁରୀ ଗସ୍ତରେ ଯାଇ ଜିଲାରେ ଚାଲିଥିବା ବନୀକରଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ପୁରୀ ଏକ ଉପକୂଳବର୍ତ୍ତି ଜିଲା ହୋଇଥିବାରୁ ବାତ୍ୟା ନିରୋଧି ବନୀକରଣ ସଘନ କରିବାକୁ ବୃକ୍ଷରୋପଣ ନିମନ୍ତେ ଶ୍ରୀ ମହାପାତ୍ର ପରାମର୍ଶ ଦେଇଛନ୍ତି। ଅସ୍ତରଙ୍ଗ ଓ କାକଟପୁର ସମେତ ଜିଲାର ସମସ୍ତ ସମୁଦ୍ର କୂଳିଆ ଅଞ୍ଚଳ, ବନଖଣ୍ତ-ଅଭୟାରଣ୍ୟ, ପୁରୀ- କୋଣାର୍କ ମେରାଇନ ଡ୍ରାଇଭ ରୋଡ, ନୂଆ ମୁହାଣ ଅଞ୍ଚଳ, ପୁରୀ- ସାତପଡା ଓ ଜାତୀୟ ରାଜପଥ ଏବଂ ଜିଲାର ଅନ୍ୟାନ୍ୟ ସହରାଞ୍ଚଳରେ ବୃକ୍ଷରୋପଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ବର, ଅଶ୍ବସ୍ତ, ଆକାଶିଆ, କାଜୁ ଓ ଝାମୁ ଗଛ ଲଗାଇବା, ମୃତ୍ତିକା କ୍ଷୟ ରୋକିବା, ବାଲିବନ୍ଧ ସୁରକ୍ଷା ଏବଂ ଅସ୍ତରଙ୍ଗର ତଣ୍ତାଘର ଅଞ୍ଚଳକୁ ସମୁଦ୍ରପାଣି ପ୍ରବେଶ ରୋକିବା ନିମନ୍ତେ କିଆବାଡ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଅପରପକ୍ଷରେ ଗତବର୍ଷ ଜିଲାରେ ୧୭୮୩୭୫ଟି ଚାରାରୋପଣ ସହ ୧୪୬୦୦ ଚାରା ବଣ୍ଟନ କରାଯାଇଛି। ଆସନ୍ତା ଆର୍ଥିକ ବର୍ଷରେ ୭୭୧.୧ ହେକ୍ଟର ଅଞ୍ଚଳରେ ୬୮୫୨୫୦ ଚାରା ରୋପଣ ନିମନ୍ତେ ଲକ୍ଷ୍ୟ ରଖାଯାଇଥିବା ଜିଲା ବନଖଣ୍ତ ଅଧିକାରୀ ସୂଚନା ଦେଇଥିଲେ।

ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ସମର୍ଥ ବର୍ମା, ଡିଏଫ୍ଓ ପି. ର‍ମାସ୍ବାମୀ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଉପ ଜିଲାପାଳ ଭବତାରଣ ସାହୁ, ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ ପ୍ରଶାନ୍ତ କୁମାର ଦାସ, ୱାଟକୋ ଜେନେରାଲ ମ୍ୟାନେଜର ଶରତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories