www.samajalive.in
Sunday, December 7, 2025
26.1 C
Bhubaneswar

ଚିକେନ ଲଲିପପ୍‍

ଆବଶ୍ୟକ ସାମଗ୍ରୀ
ଲେଗ୍‍ ପିସ୍‍ ଚିକେନ – ୪୦୦ ଗ୍ରାମ
ତେଲ – ଆବଶ୍ୟକ ପରିମାଣରେ
ଅଦା ରସୁଣ ବଟା – ୩ ଚାମଚ
ଲଙ୍କା ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଲୁଣ – ଆବଶ୍ୟକ ଅନୁଯାୟୀ
ଗୋଲମରିଚ ଗୁଣ୍ଡ – ୧ଚାମଚ
ସୋୟା ସସ – ୧ ଚାମଚ
ଟମାଟୋ ସସ – ୧ ଚାମଚ
ମଇଦା – ୨ଚାମଚ
ଅଣ୍ଡା – ୧ଟି
କଣ୍ଣଫ୍ଲୋର – ୨ ଚାମଚ
ପିଆଜ – ୧ଟି
ଲେମ୍ବୁ – ୧ଟି
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକନେକୁ ଭଲ ଭାବେ ଧୋଇ ଏକ ପାତ୍ରରେ ରଖନ୍ତୁ। ଏଥିରେ ସୋୟା ସସ୍‍, ଅଦା ରସୁଣ ବଟା, ଟମାଟୋ ସସ୍‍ , ଗୋଲମରିଚ ଗୁଣ୍ଡ, ଲୁଣ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଗୋଳାଇବା ପରେ ୩୦ ମିନିଟ ଫ୍ରିଜରେ ରଖି ଦିଅନ୍ତୁ। ୩୦ ମିନିଟ ପରେ ଏଥିରେ ସାମାନ୍ୟ ହଳଦୀ ଗୁଣ୍ଡ, ମଇଦା , କଣ୍ଣଫ୍ଲୋର, ଲଙ୍କା ଗୁଣ୍ଡ, ଅଳ୍ପ ଲୁଣ, ଏକ ଅଣ୍ଡା ଭାଙ୍ଗି ଏଥିରେ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଗ୍ୟାସ ଲଗାଇ କଡ଼େଇ ବସାନ୍ତୁ। କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ଗୋଳାଇ ରଖିଥିବା ଚିକେନକୁ ଛାଣନ୍ତୁ। ଭଲ ଭାବେ ଛାଣିବା ପରେ ଏକ ପାତ୍ରକୁ କାଢି ଦିଅନ୍ତୁ। ଗୋଲ ଆକାରର ପିଆଜ ଓ ଲେମ୍ବୁ କାଟି ଏହାର ଚାରି ପାଖରେ ସଜାଇ ଦିଅନ୍ତୁ। ଏହା ପରେ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories