www.samajalive.in
Sunday, December 14, 2025
18.1 C
Bhubaneswar

ବୋନଲେସ ଚିକେନ ମସଲା

ଆବଶ୍ୟକ ସାମଗ୍ରୀ
ଚିକେନ ( ବୋନଲେସ) – ୫୦୦ ଗ୍ରାମ
କଟା ପାଳଙ୍ଗ – ୧ କପ ରୁ ଅଧିକ
କଟା ପିଆଜ – ୨ଟି
ଅଦା ରସୁଣ ବଟା – ୩ଚାମଚ
ଡ଼ାଲଚିନି ଗୁଣ୍ଡ – ୧ଚାମଚ
ଗରମ ମସଲା ଗୁଣ୍ଡ – ୧ଚାମଚ
ଧନିଆ ଗୁଣ୍ଡ – ୧ ଚାମଚରୁ କମ
ଲଙ୍କା ଗୁଣ୍ଡ – ୧ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
ଗୋଲମରିଚ ଗୁଣ୍ଡ – ୧ଚାମଚରୁ କମ
ଦହି – ୨ଚାମଚ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଧୋଇ ଏକ ପାତ୍ରରେ ରଖନ୍ତୁ। ପାଳଙ୍ଗକୁ ମଧ୍ୟ ଭଲ ଭାବେ ଧୋଇ ଏକ ପାତ୍ରରେ ରଖନ୍ତୁ। ଏବେ ଏକ ପାତ୍ରରେ ଚିକେନ, ଦହି , ଗୋଲମରିଚ ଗୁଣ୍ଡ, ଲୁଣ ପକାଇ ଗୋଳାଇ ରଖିଦିଅନ୍ତୁ। ଏହାକୁ ୧ ଘଣ୍ଟା ଫ୍ରିଜରେ ରଖିଦିଅନ୍ତୁ। ଏବେ ଗ୍ୟାସରେ ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପିଆଜ ପକାଇ ଭାଜନ୍ତୁ। ପିଆଜ ଭାଜି ହୋଇଗଲେ ଏଥିରେ ଅଦା ରସୁଣ ବଟା,ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଲୁଣ ପକାଇ ଭଲ ଭାବେ କଷନ୍ତୁ। କଷିବା ପରେ ଏଥିରେ ପାଳଙ୍ଗ ଶାଗ ପକାଇ କଷନ୍ତୁ। କିଛି ସମୟ କଷିବା ପରେ ରଖିଥିବା ଚିକେନକୁ ପକାଇ ଗୋଳାଇ ଦିଅନ୍ତୁ। ଏବେ ଏଥିରେ ଡ଼ାଲଚିନି ଗୁଣ୍ଡ, ଗରମ ମସଲା, ଧନିଆ ଗୁଣ୍ଡ ପକାଇ କିଛି ସମୟ କଷନ୍ତୁ। କିଛି ସମୟ କଷିବା ପରେ ଏଥିରେ ୧କପ ପାଣି ଦେଇ ୧୦ ମିନିଟ ଫୁଟାନ୍ତୁ। ୧୦ ମିନିଟ ପରେ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ବୋନଲେସ ଚିକେନ ମସଲା । ଗରମାଗରମ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories