www.samajalive.in
Wednesday, December 10, 2025
16.1 C
Bhubaneswar

ହରିୟାଲୀ ଚିକେନ ଟିକ୍କା

ଆବଶ୍ୟକ ସାମଗ୍ରୀ
ଚିକେନ – ୨୫୦ ଗ୍ରାମ
ଲଙ୍କା ଗୁଣ୍ଡ – ୧ ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
ଗରମ ମସଲା – ୨ ଚାମଚ
ଆମଚୁର ପାଉଡ଼ର – ୧ ଚାମଚ
ଜିରା ଗୁଣ୍ଡ – ୧ ଚାମଚ
ଦହି – ୧କପ
ଲୁଣ – ଆବଶ୍ୟକ ପରିମାଣରେ
ଚଟଣି ପାଇଁ –
ଧନିଆ ପତ୍ର – ୧କପ
ପୁଦିନା ପତ୍ର – ୧କପ
କଞ୍ଚାଲଙ୍କା ୩ଟି
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନ ଖଣ୍ଡକୁ ଭଲ ଭାବେ ଧୋଇ ରଖନ୍ତୁ। ଏବେ ପୁଦିନାପତ୍ର, ଧନିଆପତ୍ର, କଞ୍ଚା ଲଙ୍କା ହାଲକା ଭାବେ ପେଷି ମିଶ୍ରଣ ପ୍ରସ୍ତୁତ କରି ରଖନ୍ତୁ। ଏବେ ଏହି ପେଷ୍ଟରେ ଦହି, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଗରମ ମସଲା, ଆମଚୁର ଗୁଣ୍ଡ, ଜିରା ଗୁଣ୍ଡ, ଲୁଣ ପକାଇ ଭଲ ଭାବେ ମିଶାଇ ଦିଅନ୍ତୁ। ଏବେ ଏହି ମିଶ୍ରଣରେ ଧୋଇ କରି ରଖିଥିବା ଚିକେନକୁ ଗୋଳାଇ ଏକ ଘଣ୍ଟା ପାଇଁ ରଖି ଦିଅନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରି ଏଥିରେ ରଖିଥିବା ଚିକେନକୁ ଛାଣି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ହରିୟାଲୀ ଚିକେନ ଟିକ୍କା। ଏହାକୁ କଟା ପିଆଜ ଓ ଲେମ୍ବୁ ଦେଇ ସଜାଇ ଦିଅନ୍ତୁ ଓ ଗରମାଗରମ ଖାଆନ୍ତୁ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories