www.samajalive.in
Friday, December 5, 2025
27.1 C
Bhubaneswar

ଭୁଲ ଟିକାକରଣ ଯୋଗୁଁ ଶିଶୁ ମୃତ୍ୟୁ ଅଭିଯୋଗ: ମେଡିକାଲରେ ଉତ୍ତେଜନା

ଗଞ୍ଜାମ: ଭୁଲ୍‌ ଇଞ୍ଜେକ୍‌ସନ୍‌ ନେଲା ଶିଶୁର ଜୀବନ। ଗଞ୍ଜାମ ବୁଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି। ସୂଚନା ଅନୁସାରେ ବୁଗୁଡା ନେଳିଆବନ୍ଧ ଗାଁର ମାଗି ନାୟକଙ୍କ ୬ମାସର ଶିଶୁପୁତ୍ରକୁ ବୁଧବାର ଟୀକାକରଣ କେନ୍ଦ୍ରରେ ଇଞ୍ଜେକସନ୍ ଦିଆଯାଇଥିଲା । ହେଲେ ଇଞ୍ଜେକସନ୍ ନେବା ପରେ ଶିଶୁଟିର ସ୍ୱାସ୍ଥ୍ୟବସ୍ଥା ବିଗିଯାଇଥିଲା। ଏହାପରେ ତୁରନ୍ତ ଶିଶୁ ଟିକୁ ପରିବାର ଲୋକ ବୁଗୁଡା ମେଡିକାଲକୁ ଆଣିଥିଲେ। ହେଲେ ଡାକ୍ତର ସେଠାରେ ତାକୁ ମୃତ ଘୋଷଣା କରିଥିଲେ। ଘଟଣାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକମାନେ ମେଡିକାଲ ଭିତରେ ପଶି ଭଙ୍ଗାରୁଜା କରିଥିଲେ। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ଉତ୍ତେଜନା ଥମିଥିଲା। ଏନେଇ ବୁଗୁଡ଼ା ଡାକ୍ତରଖାନା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ। ପୁଲିସ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

Related Articles

Popular Categories