www.samajalive.in
Monday, December 8, 2025
13.1 C
Bhubaneswar

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ

ଭୁବନେଶ୍ବର: ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏଁ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଥିବା ଅନେକ ପିଲା ତଥା ସହାୟତା ଆବଶ୍ୟକତା କରୁଥିବା ପିଲାମାନଙ୍କ ପାଇଁ ଥାନା ଭିତରେ ସ୍ବତନ୍ତ୍ର ଅନୁକୂଳ ପରିବେଶର ଆବଶ୍ୟକତାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ଏହିସବୁ ପୋଲିସ ଷ୍ଟେସନରେ ଶିଶୁମାନଙ୍କ ପାଇଁ ସ୍ବତନ୍ତ୍ର ସୁବିଧା କରାଯିବ। ଏହିସବୁ ଥାନାରେ ସ୍ବତନ୍ତ୍ର ଲୋଗୋ ଓ ଫଳକ ରହିବା ସହିତ ପିଲାଙ୍କ ପାଇଁ ଛୋଟ ପୁସ୍ତକାଗାର ମଧ୍ୟ କରାଯିବ । ଏଥିରେ ବିଭିନ୍ନ ରୁଚି ସଂପନ୍ନ ପୁସ୍ତକ, ପତ୍ରପତ୍ରିକା ଓ ସମ୍ବାଦପତ୍ର ରଖାଯିବ। ପିଲାମାନଙ୍କ ସୁବିଧା ପାଇଁ ବିଛଣା, ଚୌକି ଓ ଟେବୁଲ ମଧ୍ୟ ରଖାଯିବ। ଏହାସହିତ ଶିଶୁମାନଙ୍କ ଅଧିକାର ସଂପର୍କିତ ଫଳକ ଏବଂ ପୋଲିସ ପାଇଁ ‘କଣ କରିବେ ବା ନ କରିବେ’ ( Do’s and Don’ts), ସେ ସଂପର୍କରେ ମଧ୍ୟ ସୂଚନା ଫଳକ ରହିବ। ଶିଶୁକଲ୍ୟାଣ ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ତାଙ୍କ ନାମ ଓ ଅନ୍ୟାନ୍ୟ ସୂଚନା ସଂପର୍କରେ ଏକ ସ୍ବତନ୍ତ୍ର ଫଳକ ରହିବ। ଏହାସହିତ ପିଲାଙ୍କ ପାଇଁ ଖେଳନା, ଫାଷ୍ଟଏଡ଼୍‌ କିଟ୍‌ ମଧ୍ୟ ରଖାଯିବ। ଥାନା ପରିସର ମଧ୍ୟରେ ଏକ ଶିଶୁ ଅନୁକୂଳ ପରିବେଶ ସୃଷ୍ଟି କରିବା ପାଇଁ କାନ୍ଥଗୁଡିକରେ ସୁନ୍ଦର ଚିତ୍ର ରହିବା ସହିତ ବିଭିନ୍ନ ଶିକ୍ଷଣୀୟ ବିଷୟ ସ୍ଥାନିତ ହେବ।

- Advertisement -

ସାଧାରଣ ଥାନା ଗୁଡିକଠାରୁ ଏହାର ପରିବେଶକୁ ସମ୍ପୂର୍ଣ୍ଣ ଭିନ୍ନ ଭାବରେ ଗଢ଼ା ଯିବା ଦ୍ବାରା ଥାନାକୁ ଯାଉଥିବା ଶିଶୁମାନଙ୍କ ମାନସିକ ଚାପ ହ୍ରାସ କରିବାରେ ସହାୟକ ହେବ ବୋଲି ଆଶା କରାଯାଏ ।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories