www.samajalive.in
Monday, December 8, 2025
24.1 C
Bhubaneswar

ଶିଶୁକନ୍ୟାକୁ ବଳି ଅଭିଯୋଗ

ଲାଞ୍ଜିଗଡ଼ : କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରେ ୪ବର୍ଷର ଶିଶୁକନ୍ୟାକୁ ବଳି ଦିଆଯାଇଥିବା ଅଭିଯୋଗ ହୋଇଛି। ଘରୁ ଉଠାଇ ନେଇ ଶିଶୁକୁ ବଳି ଦିଆଯାଇଥିବା ସନ୍ଦେହ କରାଯାଉଛି। ଏଜାବତ୍ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

ସୂଚନା ଅନୁସାରେ, ମୃତ ଶିଶୁକନ୍ୟା ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ଥାନା ଅନ୍ତର୍ଗତ ବନ୍ଧପାରି ପଞ୍ଚାୟତର ବାଲିସରା ଗ୍ରାମର ସାନ୍ଦ୍ରୁ ମାଝୀଙ୍କ ଝିଅ ଇନ୍ଦୁ। ମଙ୍ଗଳବାର ରାତିରେ ଘରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଶିଶୁକନ୍ୟାକୁ ଉଠାଇ ନେଇଥିବା ସୂଚନା ମିଳିଛି। ତେବେ ବୁଧବାର ସକାଳୁ ଗାଁ ମୁଣ୍ତ ରାସ୍ତା କଡ଼ରେ ଇନ୍ଦୁର ମୃତଦେହ ପଡିଥିବା ବାପାମାଆ ଖବର ପାଇଥିଲେ। ଖବର ପାଇ ବାପ-ମାଆ ଆସିବା ପରେ ଥାନାରେ ଅଭିଯୋଗ କରିଥିଲେ। ଗୁଣି ଗାରେଡ଼ି ଯୋଗୁଁ ହତ୍ୟା କରାଯାଇଥିବା କିମ୍ବା ବଳି ଦିଆଯାଇଥିବା ପୁଲିସ ସନ୍ଦେହ କରୁଛି

- Advertisement -

ବିଶ୍ବନାଥପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା। ଘଟଣାସ୍ଥଳରେ ଅତିରିକ୍ତ ଏସପି ମନୋଜ ମହନ୍ତ ଓ କେସିଙ୍ଗା ଏସଡିପିଓ ଗୁପ୍ତେଶ୍ବର ଭୋଇ ମଧ୍ୟ ପହଞ୍ଚିଥିଲେ। ଏହି ଘଟଣାରେ ପୁଲିସ ସନ୍ଧାନୀ କୁକୁରର ସହାୟତା ନେଇଥିଲା। ଘର ବାଡିପଟୁ କେହି ଦୁର୍ବୃତ୍ତ ପଶି ଇନ୍ଦୁକୁ ଉଠାଇ ନେଇଥିବା ସ୍ପଷ୍ଟ ହୋଇଥିଲା। ପରିବାର ଲୋକଙ୍କୁ ଶବ ବ୍ୟବଚ୍ଛେଦ ପରେ ହସ୍ତାନ୍ତର କରାଯାଇଛି। ଏହି ଘଟଣାର ତଦନ୍ତ ଚାଲିଥିବା ବିଶ୍ବନାଥପୁର ଥାନାଧିକାରୀ କାହ୍ନୁଚରଣ ସ୍ବାଇଁ ପ୍ରକାଶ କରିଛନ୍ତି। ଅଭିଯୁକ୍ତକୁ ତୁରନ୍ତ ଧରି କଠୋର ଦଣ୍ଡ ଦେବା ପାଇଁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories