www.samajalive.in
Friday, December 5, 2025
20.1 C
Bhubaneswar

ପୁଣି ଅଲୋଡ଼ା ଶିଶୁକନ୍ୟା; ପାହାଡ଼ ନିକଟରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ଯାଜପୁର : ସମାଜ ପାଇଁ ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା। ପାହାଡ଼ ନିକଟରୁ ଉଦ୍ଧାର ହୋଇଛି ଏକ ନବଜାତ ଶିଶୁକନ୍ୟା। ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନ ଅଧିନସ୍ଥ ମାଣ୍ଡୁକା ପଞ୍ଚାୟତରେ। ଶୁକ୍ରବାର ସକାଳୁ ସ୍ଥାନୀୟ ଅଂଚଳରେ ଥିବା ଏକ ପାହାଡ଼ ନିକଟରେ ନବଜାତ ଶିଶୁକନ୍ୟା ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ନବଜାତ ଶିଶୁକନ୍ୟାଟିକୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ସ୍ଥାନୀୟ ଲୋକେ ଓ ଆଶାକର୍ମୀଙ୍କ ସହାୟତାରେ ନବଜାତ ଶିଶୁକନ୍ୟାକୁ ଆମ୍ବୁଲାନ୍ସ ଯୋଗେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଥିଲା। ହେଲେ ଶିଶୁକନ୍ୟାର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ କିଛି ସମୟ ଭିତରେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଶିଶୁକନ୍ୟାକୁ ମୃତ ଘୋଷଣା କରିଥିଲେ ଡାକ୍ତର। ତେବେ ଶିଶୁକନ୍ୟାଟିକୁ କିଏ ଓ କାହିଁକି ଏଭଳି ଅବସ୍ଥାରେ ଛାଡି ଚାଲି ଯାଇଛି ସେନେଇ ଅଧିକ ତଦନ୍ତ ଚାଲିଛି ବୋଲି କହିଛନ୍ତି ବାଲିଚନ୍ଦ୍ରପୁର ଥାନା ଅଧିକାରୀ ରମାକାନ୍ତ ମୁଦୁଲି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories