ଡେସ୍କ: ଓଡ଼ିଶା ପର୍ୟ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ଶିଶୁ ଦିବସ ପାଳିତ ହୋଇଯାଇଛି। ଓଟିଡିସି ମୁଖ୍ୟାଳୟରେ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଓଟିଡିସି ଅଧ୍ୟକ୍ଷ ଡଃ ଲେନିନ ମହାତି ଅଧ୍ୟକ୍ଷତା କରିଥିଲେ। ଉତ୍ସବରେ ଆଇନା ଫାଉଣ୍ଡେସନର ପିଲାମାନେ ଯୋଗଦେଇ ଓଡ଼ିଶା ପର୍ୟ୍ୟଟନ ଉନ୍ନୟନ ନିଗମର ଅଡିଟ୍ କରି ନିଜର ତୀକ୍ଷ୍ଣ ଅନ୍ତଦୃଷ୍ଟି ଓ ବିଶ୍ଳେଷଣାତ୍ମକ ଦକ୍ଷତା ପ୍ରଦର୍ଶନ କରିଥିଲେ। ଦୁଇଟି ଦଳରେ ବିଭକ୍ତ ଏହି ଯୁବ ଅଡିଟରମାନେ ଓଟିଡିସିକୁ ବିଭିନ୍ନ ବର୍ଗରେ ମୂଲ୍ୟାଙ୍କନ କରିଥିଲେ, ଯେଉଁଥିରେ ସୁଲଭତା, କାର୍ୟ୍ୟକଳାପ, ଉପଲବ୍ଧ ସୁବିଧା ଏବଂ ସାମଗ୍ରିକ ଭିତ୍ତିଭୂମି ଆଦି ଅନ୍ତର୍ଭୁକ୍ତ ଥିଲା। ଆଇନା ଫାଉଣ୍ଡେସନର କିଶୋରୀମାନେ ୧୦ ପ୍ରତିଶତରୁ ୯ ପ୍ରତିଶତ ନମ୍ବର ଦେଇ ଓଟିଡିସିକୁ ପୁରସ୍କୃତ କରିଥିଲେ। ଏହି ଅଡିଟ୍ କାର୍ୟ୍ୟର ପୁଙ୍ଖାନୁପୁଙ୍ଖତାକୁ ଡଃ ମହାତି ପ୍ରଶଂସା କରିବା ସହ ଆସନ୍ତା ୧୫ ଦିନ ମଧ୍ୟରେ ଚିହ୍ନଟ ହୋଇଥିବା ସମସ୍ୟାର ସମାଧାନ ସହ ସେବାରେ ଉନ୍ନତି ଆଣିବାକୁ ପଦକ୍ଷେପ ନେବେ ବୋଲି କହିଥିଲେ।
Popular Categories



