www.samajalive.in
Saturday, December 6, 2025
26.1 C
Bhubaneswar

ସତ୍ୟବାଦୀରେ ଶିଶୁ ଦିବସ ପାଳନ

ସୁଆଣ୍ଡୋ : ପୁରୀ ଜିଲା ସତ୍ୟବାଦୀ ବ୍ଲକରେ ଥିବା ବିଦ୍ୟାଳୟମାନଙ୍କରେ ବୁଧବାର ଦିନ ଶିଶୁ ଦିବସ ପାଳିତ ହୋଇଯାଇଛି। ଏହି ପରିପେକ୍ଷୀରେ ସକାଳୁ ସକାଳୁ ବିଦ୍ୟାଳୟମାନଙ୍କରେ ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀ ମାନେ ପହଞ୍ଚି ଥିଲେ। ପଣ୍ଡିତ ନେହେରୁଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇ ଧୂପଦୀପ ଦେଇ ବିଭିନ୍ନ କାର୍ଯ୍ୟକ୍ରମମାନ ଆରମ୍ଭ କରାଯାଇଥିଲା। ଏହି ଅବସରରେ ବଳପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା ଓ ଦେଶାତ୍ମବୋଧକ ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୋଡ଼ିଏ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରୁ କୃତିତ୍ୱ ହାସଲ କରିଥିବା ଛଅ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ସତ୍ୟବାଦୀ ହାଇସ୍କୁଲ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଗୁଆଳିଗୋରଡା ହାଇସ୍କୁଲ, କୁଶୁମେଶ୍ୱର ପ୍ରାଥମିକ ବିଦ୍ୟାଳୟ, ବରାଳ ୟୁଜି ମଇ, ସୁଆଣ୍ଡୋ ପ୍ରାଥମିକ ସ୍କୁଲ ଆଦି ବିଦ୍ୟାଳୟ ଗୁଡିକରେ ଶିଶୁ ଦିବସ ପାଳନ ପରିପ୍ରେକ୍ଷୀରେ ପଣ୍ଡିତ ନେହେରୁଙ୍କ ବହୁମୁଖୀ ପ୍ରତିଭାର ସ୍ମୃତିଚାରଣ କରାଯାଇଥିଲା ବୋଲି ଜଣାପଡିଛି ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories