www.samajalive.in
Sunday, December 14, 2025
15.1 C
Bhubaneswar

ଆଜିଠାରୁ ଚିଲିକାରେ ପକ୍ଷୀ ଗଣନା – ୨୧ଟି ଟିମ୍ ନିୟୋଜିତ

ଡେସ୍କ: ଚିଲିକାରେ ଆଜିଠାରୁ ବାର୍ଷିକ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଚଳିତ ମାସ ୧୫ ଯାଏଁ ଏହି ଗଣନା କରାଯିବ। ଏହି ଗଣନାରେ ପକ୍ଷୀ ବିଜ୍ଞାନୀ, ବନ୍ୟଜୀବ କର୍ମକର୍ତ୍ତା ଓ ବିଭିନ୍ନ ସଂଗଠନର ଗବେଷକଙ୍କୁ ମିଶାଇ ପ୍ରାୟ ୧୦୦ରୁ ଅଧିକ ଲୋକ ସାମିଲ ହୋଇଥିବା ଜଣାପଡିଛି। ସକାଳ ୫.୩୦ ମିନିଟରୁ ଆରମ୍ଭ ହୋଇଥିବା ଏହି ପକ୍ଷୀ ଗଣନାରେ ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡା ଓ ଚଲିକା ରେଞ୍ଜ ଲାଗି ୨୧ଟି ଟିମ୍ ଗଠନ କରାଯାଇଛି। ପ୍ରତ୍ୟେକ ଟିମରେ ୫ରୁ ୬ଜଣ ପକ୍ଷୀ ବିଶେଷଜ୍ଞ ରହିଛନ୍ତି। ଜାନୁଆରୀ ୧୫ ଯାଏଁ ପ୍ରତ୍ୟେକ ଦିନ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଗଣନା କାର୍ଯ୍ୟ କରାଯିବ। ଏହି ପକ୍ଷୀ ଗଣନା ସମୟରେ ଚିଲିକାରେ ପର୍ଯ୍ୟଟକଙ୍କ ଲାଗି ବୋଟ୍ ଚଳାଚଳ ବନ୍ଦ ରହିବ। ତେବେ ବନ ବିଭାଗ ଆକଳନ ଅନୁଯାୟୀ, ଚଳିତ ଋତୁରେ ଚିଲିକାକୁ ପ୍ରାୟ ୧୧୮ ପ୍ରଜାତିର ୯ ଲକ୍ଷରୁ ଅଧିକ ପକ୍ଷୀ ଆସିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories