www.samajalive.in
Monday, December 15, 2025
26.1 C
Bhubaneswar

ରାସ୍ତାରେ ଓଲଟିଲା ଯାତ୍ରୀବାହୀ ବସ : ୧୦ ଯାତ୍ରୀ ଆହତ

ଚିଲିକା: ବ୍ରହ୍ମପୁରରୁ ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ଯାଉଥିବା ‘ବୃନ୍ଦାବନ’ ନାମକ ଯାତ୍ରୀବାହୀ ବସ ୧୬ ନମ୍ବର ଜାତୀୟ ରାଜପଥର ନୂଆଗଡ ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ ଦୁର୍ଘଟଣାରେ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି। ପୁଲିସ ଓ ଅଗ୍ନିଶମ ବିଭାଗ ପକ୍ଷରୁ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଦୁର୍ଘଟଣା ଘଟାଇବା ପରେ ବସ ଚାଳକ ଓ ସହାୟକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୁଲିସ ଏହି ଘଟଣାର ତଦନ୍ତ ଚଳାଇଛି ।

ଓଡି୦୨ବିକେ ୫୧୨୭ ନମ୍ବର ବିଶିଷ୍ଟ ‘ବୃନ୍ଦାବନ’ ଯାତ୍ରୀବାହୀ ବସଟି ବ୍ରହ୍ମପୁରରୁ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଥିଲା। ଖୋର୍ଦ୍ଧା ଜିଲ୍ଲା ଆଇଏନଏସ ଚିଲିକା କେନ୍ଦ୍ର ନିକଟସ୍ଥ ୧୬ନମ୍ବର ଜାତୀୟ ରାଜପଥର ନୂଆଗଡ ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵକୁ ଓଲଟି ପଡିଥିଲା। ଘଟଣା ସମ୍ପର୍କରେ ଖବର ପାଇ ବାଲୁଗାଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ବସରୁ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଉଦ୍ଧାର ହୋଇଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୦ଜଣ ଆହତ ହୋଇଥିଲେ । ଦୁର୍ଘଟଣା ପରେ ପରେ ବସ ଚାଳକ, ସହକାରୀ ଓ କଣ୍ଡକ୍ଟର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories