www.samajalive.in
Saturday, December 13, 2025
18.1 C
Bhubaneswar

ଚୀନରେ ବନ୍ୟା ; ୧୫ ମୃତ

ବେଜିଂ : ଚୀନ୍‌ର ଦକ୍ଷିଣ ପଶ୍ଚିମଭାଗରେ ପ୍ରବଳ ବର୍ଷା ହେବାରୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏହି ବନ୍ୟାରେ ଅତିକମ୍‌ରେ ୧୫ଜଣଙ୍କ ଜୀବନ ଯାଇଛି। ସେହିପରି ଚୋଙ୍ଗକ୍ବିଙ୍ଗ୍‌ ଅଞ୍ଚଳରେ ୪ଜଣ ବ୍ୟକ୍ତି ନିଖୋଜ ଥିବା ଜଣାପଡ଼ିଛି। ଏହି ଅଞ୍ଚଳର ଅଧିକାଂଶ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ଲକ୍ଷାଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। କେବଳ ସିଚୁଆନ୍‌ ପ୍ରଦେଶରେ ୮୫ ହଜାରରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ସେଠାକାର ପ୍ରଶାସନିକ ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ବିଭିନ୍ନ ଗାଁ ଓ ସହରରେ ବନ୍ୟାଜଳ ପ୍ରବେଶ କରିଥିବାରୁ ସେଠାରେ ଜଳବନ୍ଦୀ ଥିବା ଲୋକଙ୍କୁ ଉଦ୍ଧାର କରିବାକୁ ସେନା ଓ ଅନ୍ୟ ଉଦ୍ଧାରକାରୀ ଦଳ ଡଙ୍ଗାରେ ସଂପୃକ୍ତ ଅଞ୍ଚଳକୁ ଯାଇଥିବା ଜଣାପଡ଼ିଛି। ସୂଚନାଥାଉ କି ପ୍ରାୟ ପ୍ରତିବର୍ଷ ଏହି ସମୟରେ ଚୀନ୍‌ର ବିଭିନ୍ନ ଭାଗରେ ବନ୍ୟା ହୋଇଥାଏ। ୨୦୨୧ରେ ଚୀନ୍‌ର ହିନାନ୍‌ ପ୍ରଦେଶରେ ବନ୍ୟା ଯୋଗୁଁ ୩୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଥିଲା। ୧୯୯୮ରେ ଚୀନ୍‌ରେ ଭୟାବହ ବନ୍ୟା ଯୋଗୁଁ ୪ ହଜାରୁ ଅଧିକ ଲୋକ ପ୍ରାଣ ହରାଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories