www.samajalive.in
Sunday, December 7, 2025
15.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଲଦାଖ ଗସ୍ତ ପରେ ଏପରି ପ୍ରତିକ୍ରିୟା ଦେଲା ଚୀନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଅଚାନକ ଲେହ ଓ ଲଦାଖ ଗସ୍ତ କରିଥିଲେ। ଏହି ଅବସରରେ ସେ ଲଦାଖ ସୀମାରେ ଭାରତ ଓ ଚୀନ ମଧ୍ୟରେ ଲାଗିରହିଥିବା ସୀମା ବିବାଦର ସମୀକ୍ଷା କରିଥିଲେ। ଏହା ସହିତ ୧୧୦୦୦ ଫୁଟ ଉଚ୍ଚରେ ଥିବା ନିମୁସ୍ଥିତ ସେନା ଶିବିରରେ ପ୍ରଧାନମନ୍ତ୍ରୀ ସ୍ଥଳ ସେନା, ବାୟୁ ସେନା ଏବଂ ଆଇଟିବିପି ଯବାନମାନଙ୍କ ସହିତ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ଯବାନଙ୍କ ମନୋବଳ ବୃଦ୍ଧି କରିବା ସହିତ ପାକିସ୍ତାନ ଏବଂ ଚୀନକୁ କଡ଼ା ବାର୍ତ୍ତା ଦେବ ବୋଲି କୁହାଯାଉଛି।

ତେବେ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ପରେ ଚୀନ ପ୍ରତିକ୍ରିୟା ରଖିଛି। ଚୀନ ବିଦେଶ ମନ୍ତ୍ରଣାଳୟର ମୁଖପାତ୍ର ଝାଓ ଲିଜିୟନ କହିଛନ୍ତି, ଭାରତ ଏବଂ ଚୀନ ସୀମାରେ ଉତ୍ତେଜନା ହ୍ରାସ କରିବା ଲାଗି ସୈନ୍ୟ ଏବଂ କୁଟନୈତିକ ସ୍ତରରେ ଆଲୋଚନା ଜାରି ରହିଛି। କୌଣସି ପକ୍ଷ ଏଭଳି କିଛି କରିବା ଉଚିତ ନୁହେଁ, ଯେଉଁଥିପାଇଁ ସୀମାରେ ପରିସ୍ଥିତି ଆହୁରି ବିଗିଡ଼ିଯାଉ। ତେବେ ଚୀନର ଏପରି ପ୍ରତିକ୍ରିୟା ମୋଦୀଙ୍କ ଗସ୍ତର ବଡ଼ ପ୍ରଭାବ ବୋଲି କୁହାଯାଉଛି।

- Advertisement -

ମୋଦୀଙ୍କ ଗସ୍ତକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଟ୍ବିଟ୍‌ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ଲଦାଖ ଯାଇ ସେନାର ଯବାନମାନଙ୍କୁ ଭେଟିବା ପରେ ସେମାନଙ୍କ ଆତ୍ମବଳ ନିଶ୍ଚିତ ବୃଦ୍ଧି କରିଛି। ପ୍ରଧାନମନ୍ତ୍ରୀଙ୍କ ଏହି ପଦକ୍ଷେପକୁ ମୁଁ ପ୍ରଶଂସା କରିବା ସହିତ ଧନ୍ୟବାଦ ଦେଉଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories