www.samajalive.in
Monday, December 15, 2025
26.1 C
Bhubaneswar

ଆଜି ଚିତାଲାଗି ଅମାବାସ୍ୟା: ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ : ଶ୍ରାବଣ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥି। ଆଜି ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ମହାପ୍ରଭୁଙ୍କୁ ଚିତାଲାଗି କରାଯିବ। ଏଥିପାଇଁ ଅପରାହ୍ଣ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ପ୍ରଥମ ଭୋଗମଣ୍ଡପ ଶେଷ ପରେ ବାଡ଼ଗ୍ରାହୀ ଦଇତାପତି ଭିତରେ ପ୍ରବେଶ କରିବେ। ଭିତରୁ ଜୟ ବିଜୟ ଦ୍ବାର ବନ୍ଦ କରାଯିବ। ରତ୍ନ ସିଂହାସନ ଉପରକୁ ଯାଇ ଦଇତାପତିମାନେ ଦାରୁବ୍ରହ୍ମଙ୍କ ଶ୍ରୀ ମସ୍ତକରେ ଚିତାଲାଗି କରିବେ। ଏହାପରେ ମହାପ୍ରଭୁଙ୍କ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି ଆଦି ନୀତି ଅନୁଷ୍ଠିତ ହେବ। ଜ୍ୟେଷ୍ଠ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ସ୍ନାନମଣ୍ଡପରୁ ବାହୁଡ଼ିବାବେଳେ ସେବକମାନେ ଶ୍ରୀମସ୍ତକରୁ ଚିତା ବାହାର କରିଥିଲେ। ତେଣୁ ରବିବାର ଚିତାଲାଗି ଅମାବାସ୍ୟା ତିଥିରେ ଶ୍ରୀଜୀଉଙ୍କୁ ପୁଣିଥରେ ଚିତାଲାଗି କରାଯିବ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories