www.samajalive.in
Saturday, December 6, 2025
16.1 C
Bhubaneswar

ହଷ୍ଟେଲରେ ପ୍ରସବ କଲେ ଦଶମ ଶ୍ରେଣୀ ଛାତ୍ରୀ, ପୁଲିସ ତଦନ୍ତ ଆରମ୍ଭ

ଚିତ୍ରକୋଣ୍ଡା: ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଥିବା ଏକ ବିଦ୍ୟାଳୟର ଜଣେ ଦଶମ ଶ୍ରେଣୀ ଛାତ୍ରୀ ହଷ୍ଟେଲରେ ପ୍ରସବ କରିଥିବା ସୂଚନା ମିଳିଛି। ସେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଇ ହଷ୍ଟେଲକୁ ଫେରିବା ପରେ ତାଙ୍କର ଗର୍ଭ ଯନ୍ତ୍ରଣା ଆରମ୍ଭ ହୋଇଥିଲା। କିଛି ସମୟ ପରେ ହଷ୍ଟେଲରେ ହିଁ ସେ ପ୍ରସବ କରିଥିଲେ ବୋଲି ଜଣାପଡ଼ିଛି।

ପରୀକ୍ଷା ଦେଇ ଫେରିବା ପରେ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ପ୍ରସବ କରିଥିବା ସମ୍ପର୍କରେ ସୂଚନା ପାଇ ଚିତ୍ରକୋଣ୍ଡା ପୁଲସି ଉକ୍ତ ବିଦ୍ୟାଳୟରେ ପହଞ୍ଚିଥିଲା। ପ୍ରସବ କରିଥିବା ହଷ୍ଟେଲ ଛାତ୍ରୀଙ୍କୁ ବିଦ୍ୟାଳୟରୁ ଉଦ୍ଧାର ପରେ ଚିକିତ୍ସା ପାଇଁ ପୁଲିସ ମେଡ଼ିକାଲ ପଠାଇଥିଲା।

- Advertisement -

ଏହି ଘଟଣା ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷ ଦାୟୀ ବୋଲି ଛାତ୍ରୀଙ୍କ ବାପାମା’ ଅଭିଯୋଗ କରିଛନ୍ତି। ଅପରପକ୍ଷରରେ ସ୍ଥାନୀୟ ଅଞ୍ଚଳର ଏକ ସ୍କୁଲର ଦଶମ ଶ୍ରେଣୀରେ ପଢୁଥିବା ଜଣେ ହଷ୍ଟେଲ ଛାତ୍ରୀଙ୍କ ପ୍ରସବ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାର ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ପଦକ୍ଷେପ ନିଆଯିବ ବୋଲି ପୁଲିସ କହିଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories