www.samajalive.in
Monday, December 15, 2025
24.1 C
Bhubaneswar

ଶିକାର କରିବାକୁ ଯାଇ, ନିଜ ବନ୍ଧୁକରୁ ଗୁଳି ଫୁଟି ଶିକାରୀ ଗୁରୁତର

ହରଭଙ୍ଗା : ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ଅନ୍ତର୍ଗତ ବୌଦ୍ଧ- ନୟାଗଡ଼ ସୀମାନ୍ତ ବଦଲା ଜଙ୍ଗଲରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ସମନାକୁ ଆସିଛି । ଶିକାର କରିବାକୁ ଯାଇ ନିଜ ବନ୍ଧୁକରୁ ଗୁଳି ଫୁଟି ନିଜେ ଶିକାରୀ ଜଣଙ୍କ ଗୁରୁତର ଆହତ ହୋଇଥିବା ଜଣାପଡିଛି। ସୂଚନାନୁସାରେ ବଦଲା କୋଲନୀ ସାହିର ସନ୍ନ୍ୟାସୀ ଜାନୀ ନାମକ ଜଣେ  ଶିକାରୀ ଶନିବାର ବିଳମ୍ବିତ ରାତିରେ ବଦଲା ଜଙ୍ଗଲକୁ ଶିକାର ଉଦେଶ୍ୟରେ ଯାଇଥିଲେ। ନିଜ ବନ୍ଧୁକରେ ଗୁଳି ଭର୍ତ୍ତି କରି ଯାଉଥିବା ସମୟରେ  ଜଙ୍ଗଲ ରାସ୍ତାରେ ଅସାବଧାନତା ବଶତଃ ଝୁଣ୍ଟି ପଡ଼ିଥିଲେ। ଏହି ସମୟରେ ହଠାତ୍ ସନ୍ନ୍ୟାସୀଙ୍କ ବନ୍ଧୁକରୁ  ଗୁଳିଫୁଟି  ଶରୀରର ମଳଦ୍ୱାରରେ ବାଜିଥିଲା।ସନ୍ନ୍ୟାସୀଙ୍କ ମଳଦ୍ୱାରଟି ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଥିବା ଜଣାପଡ଼ିଛି। ତାଙ୍କୁ ପ୍ରଥମେ ଚିକିତ୍ସା ନିମନ୍ତେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ନୟାଗଡ଼ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ପୁରୁଣା କଟକ ପୁଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ କରୁଥିବା ଏଏସଆଇ ବ୍ରହ୍ମାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ପୁରୁଣା କଟକ ଥାନାରେ ମାମଲା ରୁଜ୍ଜୁ ହୋଇନଥିବା ଜଣାପଡିଛି।

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories