www.samajalive.in
Monday, December 15, 2025
14.1 C
Bhubaneswar

ଚୌଦ୍ୱାରରେ ଜନ୍ମାଷ୍ଟମୀ ପାଳିତ

ଚୌଦ୍ୱାର : ସ୍ଥାନୀୟ ବିବେକାନନ୍ଦ ଶିଶୁ ବିଦ୍ୟାମନ୍ଦିର ଆନୁକୁଲ୍ୟରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇ ଯାଇଛି । ବଡ଼ ବଜାରସ୍ଥିତ ସତ୍ୟ ନାରାୟଣ ପୂଜା ମଣ୍ଡପରେ ଶିକ୍ଷାକେନ୍ଦ୍ରର ସମ୍ପାଦକ ମାନସ କୁମାର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରୋଟାରିଆନ୍ ସୁଧାଂଶୁ ଶେଖର ଜେନା, ଆଲୋକ କୁମାର ସାହୁ, ପ୍ରବଚକ ଶରତ ଚନ୍ଦ୍ର ରଥ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଜନ୍ମାଷ୍ଟମୀ ପାଳନର ଆଧ୍ୟାତ୍ମିକ, ସାମାଜିକ ତଥା ବୈଜ୍ଞାନିକ ତତ୍ୱ ସମ୍ପର୍କରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ନମିତାରାଣୀ ଉତ୍ତରାୟ, ଅଜୟ କୁମାର ବେହେରା, ଶ୍ରୀନିବାସ ରଣା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ କବି ଅନାମ ଚରଣ ରଣାଙ୍କ ରଚିତ ‘ଶ୍ରୀରାଧାଙ୍କ ଅନ୍ତର୍ଦାହ’ ପୁସ୍ତକ ଉନ୍ମୋଚିତ ହୋଇଥିଲା। ପ୍ରଧାନ ଆଚାର୍ଯ୍ୟା ଗାୟତ୍ରୀ ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଶିକ୍ଷକ ହରେକୃଷ୍ଣ ସାହୁ, ଦିପ୍ତିମୟୀ ବେହେରା, ନିରୂପମା ମହାପାତ୍ର, ସରିତା ବରାଳ, ପୁଷ୍ପାଞ୍ଜଳି ନାୟକ, ବିନୋଦିନୀ ରାଉତ ପ୍ରମୁଖଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ଛାତ୍ରଛାତ୍ରୀ ମାନଙ୍କଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ପରିଚାଳକ ରାଜେଶ କୁମାର ଓଝା ଧନ୍ୟବାଦ ଅର୍ପଣ କରିଥିଲେ। ଅନୁରୂପଭାବେ ଅଞ୍ଚଳର ବିଭିନ୍ନ ମନ୍ଦିର ଓ ଅନୁଷ୍ଠାନରେ ଜନ୍ମାଷ୍ଟମୀ ଉତ୍ସବ ସମାରୋହରେ ପାଳିତ ହୋଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories