www.samajalive.in
Sunday, December 14, 2025
14.1 C
Bhubaneswar

ଶିଶୁ ମନ୍ଦିରରେ ମାତୃ ସମ୍ମିଳନୀ

ଚୌଦ୍ୱାର : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟର ଶିଶୁ ବାଟିକା ବିଭାଗ ଆନୁକୁଲ୍ୟରେ ଆୟୋଜିତ ଏହି ସମ୍ମିଳନୀରେ ଶିକ୍ଷାବିତ୍ ରେବତୀ ଦାସ ଅତିଥି ଭାବେ ଯୋଗଦେଇ ଶିଶୁ ମାନଙ୍କ ଯତ୍ନ , ସେମାନଙ୍କ ସର୍ବାଙ୍ଗୀନ ବିକାଶ ଓ ସାମାଜିକ ଚେତନା ବିକାଶ ଦିଗରେ ମା’ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରି ସେମାନଙ୍କ ଯତ୍ନର ବିଭିନ୍ନ ଉପାୟ ସମ୍ପର୍କରେ ଉପସ୍ଥିତ ମା’ ମାନଙ୍କୁ ବୁଝାଇଥିଲେ। ବିଦ୍ୟାଳୟ ପ୍ରଧାନ ଆଚାର୍ଯ୍ୟା ସ୍ନିଗ୍ଧା ନାୟକ ଓ ପରିଚାଳନା କମିଟି ସଭାପତି ସ୍ୱପ୍ନା ନାୟକ ଅତିଥି ଭାବେ ଉଦ୍ବୋଧନ ଦେଇଥିଲେ। ବାଟିକା ପ୍ରମୁଖ ରଶ୍ମିତା ଧଳଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରଶ୍ମିତା ପରିଡ଼ା, ପ୍ରଭାସିନୀ ଶାନ୍ତି,ନିହାରିକା ସାହୁ, ସଂଗୀତା ସାହୁ ପ୍ରମୁଖ ଗୁରୁମା ସହଯୋଗ କରିଥିଲେ । ନିରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories