www.samajalive.in
Sunday, December 14, 2025
26.1 C
Bhubaneswar

ସ୍ୱଚ୍ଛ ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟିତ

ଚୌଦ୍ୱାର: ଚୌଦ୍ୱାର ଶିଶୁ ବିଦ୍ୟାମନ୍ଦିର ପରିସରରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସ୍ୱଚ୍ଛ ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି  । ଇମ୍ଫା ଶିଳ୍ପ ଗୋଷ୍ଠୀର ସାମାଜିକ ଦାୟିତ୍ୱ ବୋଧ ଶାଖା ବଂଶୀଧର ଇଲାପଣ୍ଡା ଫାଉଣ୍ଡେସନ୍‌ ତରଫରୁ ୧ଲକ୍ଷ ୬୫ହଜାର ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପକୁ ଇମ୍ଫାର ମାନବ ସମ୍ବଳ ଜି.ଏମ୍‌ ଜି.ଶାରଦା ପ୍ରସାଦ ରାଓ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ବିଦ୍ୟାଳୟ କମିଟିର ସଭାପତି ସ୍ୱପ୍ନା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ  ଇମ୍ଫାର ଲୋକ ସମ୍ପର୍କ ଡିଜିଏମ୍‌ ଧ୍ରୁବ ଚରଣ ରାଉତ,  ଟାଙ୍ଗୀ-ଚୌଦ୍ୱାର ବ୍ଲକ ଶିକ୍ଷାଧିକାରୀ ସରୋଜିନୀ ସାହୁ, ଅରୁନ୍ଧତୀ ମିଶ୍ର, ସିଆରସି ରାଜେଶ ନାୟକ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଏହି ପ୍ରକଳ୍ପ ବିଦ୍ୟାଳୟରେ ଥିବା ପାନୀୟ ଜଳ ସମସ୍ୟାକୁ ସମାଧାନ କରି ପରିବ ବୋଲି ପ୍ରକାଶ କରିବା ସହିତ ଭଲପାଠ ପଢ଼ି ସୁନାଗରିକ ହୋଇ ଦେଶ ସେବା କରିବାକୁ ପିଲା ମାନଙ୍କୁ ପରାମର୍ଶ ଦେଇଥିଲେ ।

ଏହି ଅବସରରେ ଚଳିତ ଦଶମ ପରୀକ୍ଷାରେ ଏ-୧ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଥିବା ବିଦ୍ୟାଳୟର  ୮ଜଣ ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ବରିଷ୍ଠ ଆଚାର୍ଯ୍ୟ ବାଣୀ ଭୂଷଣ ମହାନ୍ତିଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରଧାନ ଅଚାର୍ଯ୍ୟ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଏବଂ ପରିଚାଳନା କମିଟି ସମ୍ପାଦକ ଅମର କୁମାର ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ । ପରିଚାଳନା ସମିତିର ସମସ୍ତ ସଦସ୍ୟ, ଗୁରୁଜୀ ଓ ଗୁରୁମା ଏବଂ ଛାତ୍ରଛାତ୍ରୀ ଏଥିରେ ଉପସ୍ଥିତ ଥିଲେ  ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories