www.samajalive.in
Sunday, December 7, 2025
14.1 C
Bhubaneswar

ପୌର ପାଳିକାରେ ସ୍ୱଚ୍ଛଚର୍ଚ୍ଚା ଦିବସ ପାଳିତ

ଚୌଦ୍ୱାର: ଚୌଦ୍ୱାର ପୌରପାଳିକା ତରଫରୁ ସ୍ୱଚ୍ଛ ଚର୍ଚ୍ଚା ଦିବସ ପାଳିତ ହୋଇ ଯାଇଛି  । ପୌରାଧ୍ୟକ୍ଷ ମାନସୀ ସ୍ୱର୍ଣ୍ଣପ୍ରଭା ସାମଲଙ୍କ ପୌରୋହିତ୍ୟରେ ପୌର ସଭାଗୃହରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ, ପୌର ନିର୍ବାହୀ ଅଧିକାରୀ ପବିତ୍ର କୁମାର ବେହେରା ପ୍ରମୁଖ ଯୋଗଦେଇ ପୌରାଞ୍ଚଳରେ ପରିବେଶ ସ୍ୱଚ୍ଛ ରଖିବା ଦିଗରେ ସମସ୍ତେ ନିଷ୍ଠାର ସହ କାର୍ଯ୍ୟକରିବା ଜରୁରୀ ବୋଲି ପ୍ରକାଶକରିଥିଲେ  । ବିଶେଷ କରି ସ୍ୱଚ୍ଛତା ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ, କର୍ମଚାରୀ ,ସଫେଇ କର୍ମଚାରୀ ମାନେ ଏଦିଗରେ ଯତ୍ନବାନ ହେବାକୁ ପରାମର୍ଶ ଦେଇ ସମସ୍ତ କାଉନ୍‌ସିଲର ସ୍ୱଚ୍ଛତା କାର୍ଯ୍ୟକ୍ରମକୁ ନିଷ୍ଠାର ସହ ତଦାରଖ କରିବାକୁ ଆହ୍ୱାନ ଦେଇଥିଲେ  । ସମସ୍ତ ୱାର୍ଡ଼ର ସ୍ୱଚ୍ଛ ସାଥୀ, ସ୍ୱଚ୍ଛ ସୁପରଭାଇଜର, ପରିମଳ ତଦାରଖକାରୀ , ପୌର କର୍ମଚାରୀ ଓ ସମସ୍ତ ପାରଷଦ ଏଥିରେ ଯୋଗଦେଇ ନିଜ ନିଜର ମତବ୍ୟକ୍ତ କରିଥିଲେ  । ପ୍ରତ୍ୟେକ ୱାର୍ଡରେ ପୃଥକ୍‌ ଭାବେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ପୌରାଧ୍ୟକ୍ଷା ସୂଚନା ଦେଇଥିଲେ  ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories