www.samajalive.in
Wednesday, December 10, 2025
16.1 C
Bhubaneswar

ଉଚ୍ଚଶିକ୍ଷାରୁ ବଞ୍ଚିତ ହେବେ +୨ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ)ର ତ୍ରୁଟିପୂର୍ଣ୍ଣ ପରୀକ୍ଷା ପରିଚାଳନା ଯୋଗୁଁ ଛାତ୍ରଛାତ୍ରୀ ଉଚ୍ଚ ଶିକ୍ଷାରୁ ବଞ୍ଚିତ ହେବାର ଆଶଙ୍କା ଦେଖାଦେଇଛି। ପରୀକ୍ଷା ପରିଚାଳନାରେ ଅବ୍ୟବସ୍ଥା ଯୋଗୁଁ ଏଭଳି ପରିସ୍ଥିତି ଉପୁଜିବାର ଆଶଙ୍କା ଦେଖାଦେଇଛି। ଆଜି ସ୍ନାତକ(+୩) ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଶେଷ ହେବ। ତେବେ ଯୁକ୍ତ ଦୁଇ ବିକଳ୍ପ ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପରୀକ୍ଷା ଦେବା ପରେ କିଭଳି ସ୍ନାତକ ପାଠ୍ୟକ୍ରମରେ ନାମ ଲେଖାଇବା ତାକୁ ନେଇ ଅନିଶ୍ଚିତତା ଦେଖାଦେଇଛି।

+୨ ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପଞ୍ଜୀକରଣ ଆରମ୍ଭ ହୋଇଛି। ତେବେ କେବେ ପରୀକ୍ଷା ହେବ ସେନେଇ ପରିଷଦ ପକ୍ଷରୁ ଘୋଷଣା କରାଯାଇନି। ପରୀକ୍ଷା କରିବା ଓ ଫଳ ପ୍ରକାଶ କରିବାକୁ ଅନ୍ତତଃପକ୍ଷେ ଏକରୁ ଦୁଇ ମାସ ସମୟ ଲାଗିବ। ଗତମାସ ୧୪ ସୁଦ୍ଧା କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ଫଳ ପ୍ରକାଶ ପାଇ ସରିଥିଲେ ମଧ୍ୟ ପରୀକ୍ଷା ପାଇଁ ପଞ୍ଜୀକରଣ କରିବାରେ ପ୍ରାୟ ୧୫ ଦିନ ବିଳମ୍ବ କରାଯାଇଥିଲା। ଉଚ୍ଚଶିକ୍ଷା ବିଭାଗର ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ତାରିଖ ଘୋଷଣା ସରିଛି। ଏଭଳି ସ୍ଥିତରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେବା ପରେ କୃତକାର୍ଯ୍ୟ ହେଲେ କିଭଳି +୩ରେ ନାମ ଲେଖାଇବେ ତା’କୁ ନେଇ ଅନିଶ୍ଚିତତା ଦେଖାଦେଇଛି।

- Advertisement -

ପରିଷଦର ଏଭଳି କାର୍ଯ୍ୟକୁ ଛାତ୍ରଛାତ୍ରୀ ଓ ଅଭିଭାବକ ନିନ୍ଦା କରିବା ସହ ପରୀକ୍ଷା ପରିଚାଳନାରେ ତ୍ରୁଟିଯୋଗୁଁ ଏଭଳି ହୋଇଥିବା ଅଭିଯୋଗ କରିଛନ୍ତି। ଯୁକ୍ତ ଦୁଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପଞ୍ଜୀକରଣ ୯ରେ ଶେଷ ହେବ। ପଞ୍ଜୀକରଣ ସଂଖ୍ୟାକୁ ଦୃଷ୍ଟିରେ ରଖି ପରୀକ୍ଷା ତାରିଖ ଘୋଷଣା ହେବ ବୋଲି ପରିଷଦ ପକ୍ଷରୁ ଘୋଷଣା କରାଯାଇଛ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଛି। ପରୀକ୍ଷା ସରିବା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। +୩ରେ ଖାଲିଥିବା ଆସନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ନାମ ଲେଖାଇପାରିବେ ବୋଲି ସେ କହିଛନ୍ତି।

Hot this week

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

Related Articles

Popular Categories