www.samajalive.in
Saturday, December 6, 2025
26.1 C
Bhubaneswar

ଯୁକ୍ତ ୨ ପ୍ରଶ୍ନପତ୍ର ପ୍ରଘଟ ମାମଲା : ସାଇବର ଥାନାରେ ଏତଲା

ଡେସ୍କ :  ସାମାଜିକ ଗଣମାଧ୍ୟମରେ + ୨ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ସାଇବର ଥାନାରେ ଏତଲା ଦିଆଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି କିଛି ଲୋକେ ଦଲାଲି କରିବାକୁ ନକଲି ପ୍ରଶ୍ନପତ୍ର ପ୍ରଘଟ କରୁଛନ୍ତି । ପିଲାମାନେ ଏଥିରେ ପ୍ରଭାବିତ ହୁଅନ୍ତୁ ନାହିଁ ଏବଂ  ଏହାର କୌଣସି ସତ୍ୟତା ନାହିଁ। ଅଧ୍ୟାପକ ମାନେ ଅନୁରୋଧ ରକ୍ଷା କରି ପରୀକ୍ଷା ପରିଚାଳନାରେ ସହଯୋଗ କରୁଛନ୍ତି ଓ ଶାନ୍ତି ଶୃଙ୍ଖଳାର ସହିତ ପ୍ରଥମ ଦିନର ପରୀକ୍ଷା ଶେ​ଷ ହୋଇଛି​‌ ବୋଲି ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି।
ସୂଚନାଯୋଗ୍ୟ, ବୁଧବାର ଠାରୁ ଯୁକ୍ତ ପରୀକ୍ଷା ଆରମ୍ଭ ହୋଇଛି। ତେବେ ବିଭିନ୍ନ ବିଷୟର ପ୍ରଶ୍ନପତ୍ର ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଥିଲା। ତେବେ ଏହା ନକଲି ଏବଂ ଏହା ଉପରେ ବିଶ୍ୱାସ ନକରିବାକୁ ସିଏଚଏସଇ ପକ୍ଷରୁ ମଧ୍ୟ ପରାମର୍ଶ ଦିଆଯାଇଥିଲା। ରାଜ୍ୟର ୧୧୪୫ ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୫୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଚଳିତ ବର୍ଷ ଯୁକ୍ତ ୨ କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ୫ ହଜାର ପରୀକ୍ଷାର୍ଥୀ ରହିଛନ୍ତି। ଆଜି ପ୍ରଥମ ଦିନ ବିଜ୍ଞାନ ଛାତ୍ରଛାତ୍ରୀ ମାତୃଭାଷାରେ ପରୀକ୍ଷା ଦେଇଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories