www.samajalive.in
Monday, December 8, 2025
13.1 C
Bhubaneswar

ଓଡ଼ିଶାରେ ସିପେଟ୍‌ର ଅଧିକ କେନ୍ଦ୍ର ସ୍ଥାପନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ରସାୟନ ଓ ସାର ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କ ସହ ସିପେଟ୍ ପରିଦର୍ଶନରେ ଯାଇ ଓଡ଼ିଶାରେ ଏହି ପ୍ରତିଷ୍ଠାନର ଅଧିକ କେନ୍ଦ୍ର ଖୋଲିବା ପାଇଁ ପ୍ରସ୍ତାବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିକଟରେ ପେଟ୍ରୋ କେମିକାଲ କ୍ଷେତ୍ରରେ ୧ ଲକ୍ଷ କୋଟି ଟଙ୍କାଠାରୁ ଅଧିକ ମୂଲ୍ୟର ନିବେଶ ପାଇଁ ଚୁକ୍ତି ସ୍ବାକ୍ଷର ହୋଇଛି। ପୂର୍ବରୁ ଉତ୍କର୍ଷ ଓଡ଼ିଶାରେ ମଧ୍ୟ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ସୁଯୋଗ ସୃଷ୍ଟି ହୋଇଛି। ଏହାଦ୍ୱାରା ପ୍ରାୟ ୧୩ ଲକ୍ଷ ନିଯୁକ୍ତିର ସମ୍ଭାବନା ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପେଟ୍ରୋ କେମିକାଲ୍‌ ଶିଳ୍ପ କ୍ଷେତ୍ରରେ ଓଡ଼ିଶାରେ ବ୍ୟାପକ ଅଭିବୃଦ୍ଧିର ସୁଯୋଗ ସୃଷ୍ଟି ହୋଇଛି। ଏଥିପାଇଁ ଅଧିକ ଦକ୍ଷ କାର୍ଯ୍ୟବଳର ଆବଶ୍ୟକତା ରହିଛି। ଓଡ଼ିଶାର ବିଭିନ୍ନ ସ୍ଥାନରେ ସିପେଟ୍‌ର ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ। ରାଜ୍ୟର ବିଭିନ୍ନ ଶିଳ୍ପ କ୍ଲଷ୍ଟର ଯେପରିକି କେନ୍ଦୁଝର, ଝାରସୁଗୁଡ଼ା, କଳିଙ୍ଗନଗର, ଗୋପାଳପୁର, ଅନୁଗୋଳ ଏବଂ ରାୟଗଡ଼ା ପରି ସ୍ଥାନରେ ଏହାର ପ୍ରଶିକ୍ଷଣ କେନ୍ଦ୍ର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ। କେନ୍ଦ୍ରମନ୍ତ୍ରୀ ଶ୍ରୀ ନଡ୍ଡା ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସିପେଟ୍‌ର ବିଭିନ୍ନ ଲାବ୍ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories